ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ତଥା ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମୀର ଶୁଭାରମ୍ଭ କରିଛନ୍ତି। ଏହା ଭାରତର ଯୁବପିଢ଼ିକୁ ଭବିଷ୍ୟତର ଚାକିରି ନିମନ୍ତେ ପ୍ରସ୍ତୁତ କରିବା ପାଇଁ ସମର୍ପିତ ଏକ ପ୍ଲାଟ୍‌ଫର୍ମ ବୋଲି କୁହାଯାଉଛି।

ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ସହଯୋଗରେ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଭବିଷ୍ୟତର ନିଯୁକ୍ତି ପାଇଁ ଯୁବ ସଶକ୍ତୀକରଣ’ ଶୀର୍ଷକ ଏକ ଜାତୀୟ ସମ୍ମିଳନୀରେ ଏହି ପ୍ଲାଟ୍‌ଫର୍ମର ଶୁଭାରମ୍ଭ କରାଯାଇଥିଲ। ସେଥିରେ ଭାରତର ଯୁବବର୍ଗଙ୍କୁ ଦକ୍ଷ କରିବା ପାଇଁ ସରକାର, ନୀତି ନିର୍ଦ୍ଧାରକ, କର୍ପୋରେଟ୍‌, ଦାତବ୍ୟ, ଶିଳ୍ପ, ନାଗରିକ ସମାଜ ଏବଂ ଶିକ୍ଷାନୁଷ୍ଠାନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ କହିଛନ୍ତି, ଭାରତର ଯୁବପିଢ଼ି ଆଜି ଅପାର ସୁଯୋଗର ଦ୍ୱାରଦେଶରେ ରହିଛି ଏବଂ ରିଲାଏନ୍ସ ଫାଉଣ୍ଡେଶନ ଓ ଏନ୍‌ଏସ୍‌ଡିସିର ଏହି ସହଭାଗିତା ସେମାନଙ୍କୁ ଭବିଷ୍ୟତର ନିଯୁକ୍ତି ପାଇଁ ସଶକ୍ତ କରିବା ଦିଗରେ ଏକ ମାଇଲଖୁଣ୍ଟ ହେବ। ରିଲାଏନ୍ସ ଫାଉଣ୍ଡେଶନର ସିଇଓ ଜଗନ୍ନାଥ କୁମାର କହିଛନ୍ତି, ଯୁବପିଢ଼ିଙ୍କୁ ସେମାନଙ୍କ ଆକାଂକ୍ଷା ଅନୁରୂପ ସକ୍ଷମ କରିବା ରିଲାଏନ୍ସ ଫାଉଣ୍ଡେଶନର ମୂଳ ଦର୍ଶନର ଏକ ଅଂଶ। ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମୀ ସେହି ଆକାଂକ୍ଷା ପୂରଣ କରିବା ଏବଂ ଯୁବତୀଯୁବକମାନଙ୍କୁ ଭବିଷ୍ୟତର ଚାକିରି ପାଇଁ ପ୍ରସ୍ତୁତ କରିବା ଦିଗରେ ଏକ ପଦକ୍ଷେପ। ବୈଷୟିକ ଜ୍ଞାନକୌଶଳର ଉପଯୋଗକରି ଏହି ପ୍ଲାଟ୍‌ଫର୍ମ ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚିବ।

ରିଲାଏନ୍ସ ଫାଉଣ୍ଡେଶନ ଏବଂ ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମୀରେ ସହଭାଗିତା କରିବାକୁ ସହମତ ହୋଇଛନ୍ତି, ଯାହା ଦ୍ୱାରା ପ୍ଲାଟ୍‌ଫର୍ମରେ ବିକଶିତ ଭବିଷ୍ୟତଭିିକ ଦକ୍ଷତା ପାଠ୍ୟକ୍ରମର ଉପସ୍ଥିତି ଏବଂ ପ୍ରଭାବ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?