ରିଲାଏନ୍ସ ଫାଉଣ୍ଡେଶନର ବୃହତ୍‌ ଛାତ୍ରବୃତ୍ତି ପ୍ରତିବଦ୍ଧତା

ମୁମ୍ବାଇ,୩୦।୧୨:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ପ୍ରତିଷ୍ଠାତା ଚେୟାରମ୍ୟାନ ଧୀରୁଭାଇ ଅମ୍ବାନୀଙ୍କ ୯୦ତମ ଜୟନ୍ତୀ ଅବସରରେ ରିଲାଏନ୍ସ ଫାଉଣ୍ଡେଶନ ଆଗାମୀ ୧୦ବର୍ଷରେ ୫୦,୦୦୦ ଛାତ୍ରବୃତ୍ତି ପ୍ରଦାନ କରିବ। ଭାରତରେ ଉଚ୍ଚଶିକ୍ଷା ଲାଭ କରୁଥିବା ଛାତ୍ରଛାତ୍ରୀଙ୍କୁ ଏହି ଛାତ୍ରବୃତ୍ତି ପ୍ରଦାନ କରାଯିବ। ଏହି ଛାତ୍ରବୃତ୍ତି ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଯୁବବର୍ଗଙ୍କ ନିମନ୍ତେ ରହିଥିବା ପ୍ରତିବଦ୍ଧତାକୁ ପ୍ରଦର୍ଶନ କରୁଛି। ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ରିଲାଏନ୍ସ ଫାଉଣ୍ଡେଶନ ଆର୍ଥିକ ଦୁର୍ବଳ ବର୍ଗର ମେଧାବୀ ଛାତ୍ରୀଛାତ୍ରୀଙ୍କ ମଧ୍ୟରୁ ସ୍ନାତକ ଶ୍ରେଣୀରେ ଅଧ୍ୟୟନ କରୁଥିବା ୫୦୦୦ ଜଣଙ୍କୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଛାତ୍ରବୃତ୍ତି ପ୍ରଦାନ କରିବ। ଏଥିସହିତ ସ୍ନାତକୋର ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ୬ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୧୦୦ ଛାତ୍ରବୃତ୍ତି ପ୍ରଦାନ କରାଯିବ। ଏଥିପାଇଁ ୨୦୨୩ ଫେବୃୟାରୀ ୧୪ ସୁଦ୍ଧା ଆବେଦନ କରାଯାଇପାରିବ।
ଏ ସମ୍ପର୍କରେ ରିଲାଏନ୍ସ ଫାଉଣ୍ଡେଶନର ଫାଉଣ୍ଡର ତଥା ଚେୟାରପର୍ସନ ନୀତା ଅମ୍ବାନୀ
କହିଛନ୍ତି, ମୋ ଶ୍ୱଶୁର (ଧୀରୁଭାଇ ଅମ୍ବାନୀ)ଙ୍କର ଦେଶର ଯୁବବର୍ଗ ଏବଂ ସେମାନଙ୍କ କ୍ଷମତା ଉପରେ ବିରାଟ ଭରସା ରହିଥିଲା। ଏପରିକି ତାଙ୍କର ୯୦ତମ ଜୟନ୍ତୀ ଅବସରରେ ରିଲାଏନ୍ସ ଫାଉଣ୍ଡେଶନ ଆଗାମୀ ୧୦ ବର୍ଷରେ ଅଣ୍ଡରଗ୍ରାଜୁଏଟ ଏବଂ ପୋଷ୍ଟଗ୍ରାଜୁଏଟ ଛାତ୍ରୀଛାତ୍ରଙ୍କ ନିମନ୍ତେ ୫୦,୦୦୦ ଛାତ୍ରବୃତ୍ତି ପ୍ରଦାନ କରିବାର ପ୍ରତିବଦ୍ଧତା ଘୋଷଣା କରି ମୁଁ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି। ସେହିଭଳି ମୁକେଶ ଏବଂ ମୁଁ ବିଶ୍ୱାସ କରୁ ଯେ, ଉପଯୁକ୍ତ ସମର୍ଥନ ଦ୍ୱାରା ନୂଆ ପିଢ଼ି ଜ୍ଞାନ, ନବସୃଜନ ଏବଂ ନେତୃତ୍ୱ ଜରିଆରେ ଭାରତର ଅଭିବୃଦ୍ଧି ଇତିହାସରେ ସବୁଠାରୁ ଉଜ୍ଜ୍ୱଳମୟ ପରବର୍ତ୍ତୀ ଅଧ୍ୟାୟ ସୃଷ୍ଟି କରିବେ।
ଧୀରୁଭାଇ ଅମ୍ବାନୀ ଛାତ୍ରବୃତ୍ତି ୧୯୬୬ ମସିହାରେ ପ୍ରଚଳନ କରାଯାଇଥିଲା ଏବଂ ରିଲାଏନ୍ସ ଫାଉଣ୍ଡେଶନ ଛାତ୍ରବୃତ୍ତି ୨୦୨୦ରେ ଆରମ୍ଭ ହେବାଠାରୁ ସମଗ୍ର ଦେଶରେ ୧୩,୦୦୦ ଯୁବବର୍ଗଙ୍କ ଜୀବନ ଉପରେ ସକାରାତ୍ମକ ପ୍ରଭାବ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?