ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ

ମୁମ୍ବାଇ,୨୯।୧୦: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ ‘ନ୍ୟୁ ହେଲ୍‌ଥ ସେବା ପ୍ଲାନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରି କି ଏହି ନୂତନ ଅଭିଯାନ ବା ଯୋଜନା ଜରିଆରେ ୫୦,୦୦୦ ପିଲାଙ୍କ ପାଇଁ ଜନ୍ମଗତ ହୃଦ୍‌ରୋଗର ମାଗଣା ସ୍କ୍ରିନିଂ ଓ ଚିକିତ୍ସା କରାଯିବ। ସେହିଭଳି ୫୦,୦୦୦ ମହିଳାଙ୍କ ପାଇଁ ସ୍ତନ ଏବଂ ଗର୍ଭାଶୟ କର୍କଟ ରୋଗର ମାଗଣା ସ୍କ୍ରିନିଂ ଓ ଚିକିତ୍ସା ସହିତ ୧୦,୦୦୦ ବାଳିକାଙ୍କ ପାଇଁ ମାଗଣା ଗର୍ଭାଶୟ କର୍କଟ ଟିକାକରଣ ଏହି ପ୍ଲାନ୍‌ରେ ସାମିଲ ରହିଛି। ଉଲ୍ଲେଖଯୋଗ୍ୟ, ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲର ୧୦ମ ବାର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା.ଏମ୍‌. ଅମ୍ବାନୀ ରିଲାଏନ୍ସ ଫାଉଣ୍ଡେଶନ୍‌ ପକ୍ଷରୁ ଏହି ନୂତନ ସ୍ବାସ୍ଥ୍ୟସେବା ଯୋଜନାର ଆରମ୍ଭ ସମ୍ପର୍କରେ ଘୋଷଣା କରିଛନ୍ତି। ଅପରପକ୍ଷରେ ନୀତା ଅମ୍ବାନୀ କହିଛନ୍ତି, ଆମର ଉଦ୍ୟମ ହେଉଛି, ପ୍ରତ୍ୟେକ ଭାରତୀୟ ବିଶ୍ୱସ୍ତରୀୟ ସ୍ବାସ୍ଥ୍ୟସେବା ସାଙ୍ଗକୁ ସୁବିଧାଜନକ ଏବଂ ସୁଲଭ ମୂଲ୍ୟରେ ସମସ୍ତ ସୁବିଧା ହସ୍ପିଟାଲରୁ ପାଇପାରିବେ। ଏଥିସହ ଆମେ ବହୁ ଲକ୍ଷ ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇଛୁ ଏବଂ ଅସଂଖ୍ୟ ପରିବାରକୁ ଆଶା ପ୍ରଦାନ କରିଛୁ। ସେହିପରି ଆମେ ଆମର ହସ୍ପିଟାଲର ୧୦ମ ବାର୍ଷିକୀ ଉତ୍ସବ ପାଳନ କରୁଥିବାବେଳେ ଆର୍ଥତ୍କ ଦୃଷ୍ଟିରୁ ଅନଗ୍ରସର ସମୁଦାୟର ଶିଶୁ ଏବଂ ମହିଳାମାନଙ୍କ ପାଇଁ ଏକ ନୂତନ ମାଗଣା ସ୍ବାସ୍ଥ୍ୟସେବା ଯୋଜନାର ଶୁଭାରମ୍ଭ କରିଛୁ। ଏପରିକି ଗତ ୧୦ ବର୍ଷ ମଧ୍ୟରେ ସାର୍‌ ଏଚ୍‌. ଏନ୍‌. ରିଲାଏନ୍ସ ଫାଉଣ୍ଡେଶନ ହସ୍ପିଟାଲ ଦେଢ଼ ଲକ୍ଷରୁ ଅଧିକ ପିଲାଙ୍କ ସମେତ ୨୭.୫ଲକ୍ଷ ଭାରତୀୟଙ୍କ ଜୀବନକୁ ଛୁଇଁଛି। ଏହି ଅବଧି ମଧ୍ୟରେ ହସ୍ପିଟାଲ ୫୦୦ରୁ ଅଧିକ ଅଙ୍ଗ ପ୍ରତିରୋପଣ କରିଛି ଏବଂ ୨୪ ଘଣ୍ଟା ମଧ୍ୟରେ ୬ଟି ଅଙ୍ଗ ପ୍ରତିରୋପଣ କରିବାର ରେକର୍ଡ ମଧ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri