ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଡିଜନି ମଧ୍ୟରେ ହୋଇଥିବା ଚୁକ୍ତିରେ ସମସ୍ୟା! ହୋଇପାରେ ବଡ ପ୍ରତିବନ୍ଧକ

ନୂଆଦିଲ୍ଲୀ, ୨୪।୧୦: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ୱାଲ୍ଟ ଡିଜନି କମ୍ପାନୀ ମଧ୍ୟରେ ହୋଇଥିବା ଚୁକ୍ତି ବାଟରେ ବଡ଼ ସମସ୍ୟା ଆସିପାରେ। ସୋମବାର ବ୍ଲୁମବର୍ଗର ରିପୋର୍ଟରୁ ଜଣା ପଡିଥିଲା ଯେ, ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଡିଜ୍ନି ଷ୍ଟାର ସହିତ ଏକ ଚୁକ୍ତି କରିବାର ଶେଷ ପର୍ଯ୍ୟାୟରେ ଅଛି ଏବଂ ଆଗାମୀ ମାସରେ ୧୦ ବିଲିଅନ୍ ଡଲାରର ଏକ ଅଂଶୀଦାର ହେବାର ଘୋଷଣା କରିବ।

ବର୍ତ୍ତମାନ, ଇକୋନୋମିକ୍ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଉଭୟ କମ୍ପାନୀର ମୂଲଚାଲକୁ ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଡିଜନି ମଧ୍ୟରେ ହୋଇଥିବା ଚୁକ୍ତି ଅଟକି ଯାଇପାରେ। ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ଯେ ଉଭୟଙ୍କ ବ୍ୟବସାୟିକ ମୂଲ୍ୟରେ ପାର୍ଥକ୍ୟ ହେତୁ ଆମେରିକୀୟ ଫାର୍ମ ଏହାର ଭାରତ କାର୍ଯ୍ୟ ପାଇଁ ଚୁକ୍ତି କରିବାରେ ରାଜି ହୋଇନପାରେ।

ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ଯେଉଁଠାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଡିସ୍ନି ଷ୍ଟାରର ମୂଲ୍ୟ ୩ ରୁ ୪ ବିଲିୟନ ଡଲାର କରିଛି। ଅନ୍ୟପକ୍ଷରେ ୱାଲ୍ଟ ଡିଜନି ଏହାର ମୂଲ୍ୟ ୧୦ ବିଲିୟନ ଡଲାର ଆଶା କରୁଛି। ଭାରତରେ ଡିଜନି ଷ୍ଟାରର ଟିଭି ଏବଂ ଡିଜିଟାଲ ଚ୍ୟାନେଲ ରହିଛି।

୨୦୧୭ ରେ ଷ୍ଟାର୍ ଇଣ୍ଡିଆର ମୂଲ୍ୟ ୧୮ ବିଲିୟନ ଡ଼ଲାର୍ ଥିଲା ଯେତେବେଳେ ଏହାକୁ ୱାଲ୍ଟ ଡିଜନି କିଣିଥିଲା।ଡିଜନି ଫକ୍ସର ୭୧ ବିଲିୟନ ଡଲାରର ଅଂଶ ଭାବରେ ଷ୍ଟାର ଇଣ୍ଡିଆକୁ କିଣିଛି। ଯଦି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏବଂ ଡିଜନି ମଧ୍ୟରେ ଏକ ଡିଲ୍ ହୁଏ, ତେବେ ଦୁଇ କମ୍ପାନୀ ମଧ୍ୟରେ ଡିଲ୍ ନଗଦ ଏବଂ ଷ୍ଟକ୍ ମାଧ୍ୟମରେ ହେବ। ତଥାପି, ୱାଲ୍ଟ ଡିଜନିରେ ସର୍ବ ବୃହତ ଅଂଶ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri