ରିଲାଏନ୍ସ ଇଣ୍ଡଷ୍ଟ୍ରିର ଉତ୍ତରାଧିକାରୀ ହେବେ କିଏ, ମୁକେଶ ଅମ୍ବାନୀ ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୯।୧୨: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ନିଜର ଉତ୍ତରାଧିକାରକୁ ନେଇ ଏକ ମନ୍ତବ୍ୟ ଦେଇଛନ୍ତି। ରିଲାଏନ୍ସ ପ୍ରତିଷ୍ଠା କରିଥିବା ଧୀରଭାଇ ଅମ୍ବାନୀଙ୍କ ଜନ୍ମଦିନରେ ଆୟୋଜିତ ଏକ ସମାରୋହରେ ଯୋଗ ଦେଇ ସେ କହିଛନ୍ତି, ନୂଆ ପିଢ଼ି ନେତୃତ୍ୱ ପାଇଁ ପ୍ରସ୍ତୁତ। ଆକାଶ, ଇଶା ଏବଂ ଅନନ୍ତ ଆମ ଅପେକ୍ଷା ଭଲ କାମ କରୁଛନ୍ତି। ଏବେ ମୁଁ ଉତ୍ତରାଧିକାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଚାହୁଁଛି। ଆମେ ନୂତନ ପିଢିକୁ ମାର୍ଗଦର୍ଶନ କରିବା ଉଚିତ୍‌। ପ୍ରତିଦିନ ମୁଁ ରିଲାଏନ୍ସ ପାଇଁ ପିଲାମାନଙ୍କର ଉତ୍ସାହ, ପ୍ରତିବଦ୍ଧତା ଏବଂ ଉତ୍ସର୍ଗକୁ ଦେଖୁଛି ବୋଲି କହିଛନ୍ତି।
ମୁକେଶ ଅମ୍ବାନୀ କହିଛନ୍ତି, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ଆଗାମୀ ବର୍ଷରେ ଦୁନିଆର ଅନ୍ୟତମ ପ୍ରତିଷ୍ଠିତ ତଥା ଶକ୍ତିଶାଳୀ କମ୍ପାନୀ ହେବ। ଏଥିରେ, ସ୍ବଚ୍ଛ ଏବଂ ସବୁଜ ଶକ୍ତି କ୍ଷେତ୍ର ବ୍ୟତୀତ ଖୁଚୁରା ଏବଂ ଟେଲିକମ ବ୍ୟବସାୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଆମ କମ୍ପାନୀର ଭବିଷ୍ୟତ ମୋ ପାଇଁ ପୂର୍ବ ଅପେକ୍ଷା ଅଧିକ ଉଜ୍ଜ୍ୱଳ ଦେଖାଯାଉଛି। ମୁଁ ଆତ୍ମବିଶ୍ୱାସ ସହିତ ଦୁଇଟି ଭବିଷ୍ୟବାଣୀ କରିପାରିବି। ପ୍ରଥମତଃ ଭାରତ ବିଶ୍ୱର ଶ୍ରେଷ୍ଠ ତିନୋଟି ଅର୍ଥନୀତି ମଧ୍ୟରୁ ଗୋଟିଏ ହେବ। ଦ୍ୱିତୀୟରେ, ରିଲାଏନ୍ସ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଏବଂ ପ୍ରତିଷ୍ଠିତ ଭାରତୀୟ ବହୁରାଷ୍ଟ୍ରୀୟ ଦେଶ ହେବ।
ସୂଚନାଯୋଗ୍ୟ, ରିଲାଏନ୍ସ ଚେୟାରମ୍ୟାନ ମୁକେଶ ଅମ୍ବାନୀଙ୍କୁ ୬୪ ବର୍ଷ ବୟସ ହୋଇଛି। ୨୦୦୨ରେ ପିତାଙ୍କ ମୃତ୍ୟୁ ପରେ ସେ ରିଲାଏନ୍ସ୍ର ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କର ତିନି ସନ୍ତାନ, ଆକାଶ, ଇଶା ଏବଂ ଅନନ୍ତ ରିଲାଏନ୍ସର ଟେଲିକମ ସହ ଜଡିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri