ବଜାର ପୁଞ୍ଜୀକରଣରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ରେକର୍ଡ

ମୁମ୍ବାଇ, ୧୧।୯ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ବଜାର ମୂଲ୍ୟାୟନରେ ନୂଆ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଭାରତୀୟ ସୂଚୀଭୁକ୍ତ କମ୍ପାନୀ ଭାବେ ରିଲାଏନ୍ସ ୨୦୦ ବିଲିୟନ ଡଲାର (ପ୍ରାୟ ୧୫ ଲକ୍ଷ କୋଟି) ବଜାର ପୁଞ୍ଜୀକରଣ ସ୍ତର ଟପିବାକୁ ସକ୍ଷମ ହୋଇଛି। ଗୁରୁବାର ଦିନ ମଧ୍ୟରେ କମ୍ପାନୀର ଶେୟାର କାରବାର ୬.୨% ବଢିବା ଯୋଗୁ ଏହା ନୂଆ ରେକର୍ଡ କରିଛି। ରିଲାଏନ୍ସ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଟେଲିକମ୍‌ କ୍ଷେତ୍ରରେ ସ୍ଥିତି ଦୃଢ କରିବା ପରେ ବର୍ତ୍ତମାନ ରିଟେଲ କାରବାର ଉପରେ ଧ୍ୟାନ କେନ୍ଦ୍ରିତ କରିଛନ୍ତି। ଭାରତ ଭଳି ଏକ ପ୍ରମୁଖ ଅଭିବୃଦ୍ଧିଶୀଳ ବଜାରରେ ରିଟେଲ କ୍ଷେତ୍ରରେ ଏକ ପ୍ରମୁଖ ଅଂଶୀଦାର ହେବା ନେଇ କମ୍ପାନୀ ଲକ୍ଷ୍ୟ ରଖିଛି। ରିଲାଏନ୍ସ ରିଟେଲର ପ୍ରାୟ ୨୦ ବିଲିୟନ ଡଲାର ଅଂଶଧନ ଆମାଜନ ଡଟ୍‌ କମ୍‌କୁ ବିକ୍ରି ନେଇ ଆଲୋଚନା ଜାରି ରହିଥିବା ଏକ ରିପୋର୍ଟ ବ୍ଲୁମବର୍ଗରେ ପ୍ରକାଶ ପାଇଥିଲା। କମ୍ପାନୀ ଏହାର ୪୦% ଅଂଶଧନ ବିକ୍ରି କରିବା ନେଇ ଏହି ରିପୋର୍ଟ ଉଲ୍ଲେଖ କରିଛି। ତେବେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଗୁରୁବାର ଏ ନେଇ ସ୍ପଷ୍ଟୀକରଣ ଦିଆଯାଇ କୁହାଯାଇଛି ଯେ, ନିବେଶକ ମାନେ କୌଣସି ମନଗଢା ରିପୋର୍ଟ ଉପରେ ବିଶ୍ୱାସ ନ କରିବା ଉଚିତ। କମ୍ପାନୀ ପକ୍ଷରୁ ଯାହା କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଛି ତାହା ଷ୍ଟକ ବଜାରକୁ ଫାଇଲିଂ ଦ୍ୱାରା ଅବଗତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri