Posted inଜାତୀୟ

୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରୁଛି ରିଲାଏନ୍ସ: ମାଗଣାରେ ମିଳିବ ଚିକିତ୍ସା

ମୁମ୍ବାଇ,୨୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଛି। ଏହି କଠିନ ସମୟରେ ଭାରତକୁ ସହାୟତା କରିବାକୁ ଅନେକ ବିଶ୍ୱ ଆଗେଇ ଆସିଛନ୍ତି। ଅମ୍ଳଜାନର ଅଭାବ ଏବଂ ଡାକ୍ତରଖାନାରେ ଶଯ୍ୟା ଅଭାବକୁ ଦୃଷ୍ଟିରେ ରଖି ରିଲାଏନ୍ସ ଫାଉଣ୍ଡେସନ ଜାମନଗରରେ ୧୦୦୦ ଶଯ୍ୟା ବିଶିଷ୍ଟ କରୋନା ହସ୍ପିଟାଲ ନିର୍ମାଣ କରିବାକୁ ଘୋଷଣା କରିଛି। ରିଲାଏନ୍ସ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୁପାନିଙ୍କ ସହ କଥାବାର୍ତ୍ତା କରି କହିଛନ୍ତି ଯେ, ଆସନ୍ତା ରବିବାର ସୁଦ୍ଧା ୪୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ପ୍ରସ୍ତୁତ ହୋଇଯିବ। ରିଲାଏନ୍ସ ଫାଉଣ୍ଡେସନ ଏକ ବିବୃତ୍ତିରେ କହିଛି ଯେ, ଜାମନଗରର ସରକାରୀ ଡେଣ୍ଟାଲ କଲେଜ ଏବଂ ହସ୍ପିଟାଲ କ୍ୟାମ୍ପସରେ ଏକ ସପ୍ତାହ ମଧ୍ୟରେ ୪୦୦ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏହା ପରେ, ୬୦୦ ଶଯ୍ୟା ବିଶିଷ୍ଟ ଦ୍ୱିତୀୟ କୋଭିଡ ଜାମନଗରର ଅନ୍ୟ ଏକ ସ୍ଥାନରେ ଆଉ ଦୁଇ ସପ୍ତାହ ମଧ୍ୟରେ ଆରମ୍ଭ ହେବ। ବିଶେଷ କଥା ହେଉଛି ଏହି ଡାକ୍ତରଖାନାରେ ଚିକିତ୍ସା ସୁବିଧା ମାଗଣାରେ ଉପଲବ୍ଧ ହେବ।
ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରମ୍ୟାନ ତଥା ପ୍ରତିଷ୍ଠାତା ନୀତା ଅମ୍ବାନୀ କହିଛନ୍ତି ଯେ କରୋନା ଜୀବାଣୁ ଦ୍ୱିତୀୟ ଲହର ସହ ଭାରତ ମୁକାବିଲା କରୁଛି। ଆମେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବାକୁ ପ୍ରସ୍ତୁତ। ବର୍ତ୍ତମାନ ଅତିରିକ୍ତ ସ୍ବାସ୍ଥ୍ୟସେବା ପାଇଁ ବହୁତ ଆବଶ୍ୟକତା ଅଛ। ସେ କହିଛନ୍ତି ଯେ, ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନଙ୍କ ନେତୃତ୍ୱରେ ରିଲାଏନ୍ସ ଟିମ ଖୁବ କମ ସମୟ ମଧ୍ୟରେ ଦୁଇଟି କୋଭିଡ ସୁବିଧା କେନ୍ଦ୍ର ପ୍ରତିଷ୍ଠା ପାଇଁ କାର୍ଯ୍ୟ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri