ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ରିଲାଏନ୍ସ

ଭୁବନେଶ୍ୱର,୨୩।୭: ଭାରତର ସୁପ୍ରତିଷ୍ଠିତ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ ସମସ୍ତ ରେକର୍ଡ ଭଙ୍ଗ କରି ବିଶ୍ୱର ଟପ ୫୦ କମ୍ପାନୀ ମଧ୍ୟରେ ସାମିଲ ହୋଇଛି। ଦେଶର କୌଣସି ଏକ କମ୍ପାନୀ ପ୍ରଥମ ଥର ପାଇଁ ଏହି ସଫଳତା ହାସଲ କରିପାରିଛି ବୋଲି ସୂଚନା ମିଳିଛି। ଷ୍ଟକ ମାକେର୍ଟର ସୂଚନା ଅନୁସାରେ ରିଲାଏନ୍ସର ବଜାର ପୁଞ୍ଜିର ମୋଟ ପରିମାଣ ୧୩ ଲକ୍ଷ କୋଟିରେ ପହଞ୍ଚି ପାରିଛି। ଫଳରେ କମ୍ପାନୀ ବିଶ୍ୱର ପ୍ରମୁଖ ୫୦ଟି କମ୍ପାନୀ ମଧ୍ୟରେ ୪୮ତମ ସ୍ଥାନ ହାସଲ କରିଛି। ଗୁରୁବାର ବମ୍ବେ ଷ୍ଟକ ଏକ୍ସଞ୍ଜେଜ (ବିଏସଇି) ମାକେର୍ଟ କାରବାର ବନ୍ଦର ସୂଚନା ଅନୁସାରେ ରିଲାଏନ୍ସ ୨,୦୬୦.୬୫ ଡଲାରରେ ପହଞ୍ଚିଥିଲା। ବୁଧବାର ଠାରୁ ୨.୮୨% ଅଧିକ ଅଂଶଧନ ବୃଦ୍ଧି ପାଇଛି। ଫଳରେ ବର୍ତ୍ତମାନ କମ୍ପାନୀର ପୁଞ୍ଜି ପ୍ରାୟ ୧୩ ଲକ୍ଷ କୋଟିକୁ ବୃଦ୍ଧି ଘଟିଛି। ଏହି ସମୟ ମଧ୍ୟରେ କୌଣସି ଭାରତୀୟ କମ୍ପାନୀ ଏହି ସଫଳତା ଲାଭ କରିପାରିନାହାନ୍ତି। ବର୍ତ୍ତମାନ ସମୟରେ ରିଲାଏନ୍ସ ହେଉଛି ଏସିଆର ୧୦ ସର୍ବବୃହତ୍ତ ଏମ-କ୍ୟାପ କମ୍ପାନୀ। ସେହିଭଳି ଟାଟା ଗ୍ରୁପର ଟିସିଏସ ଶ୍ରେଷ୍ଠ ୧୦୦ରେ ପ୍ରବେଶ କରିଛି। ଏସିଆର ଅନ୍ୟ ଏକ ଚୀନ କମ୍ପାନୀ ଆଲିବାବା ବିଶ୍ୱ ବଜାରରେ ୭ତମ ସ୍ଥାନ ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri