ରିଲାଏନ୍ସ ଜିଓ ଓଡ଼ିଶାରେ ଏକ ନମ୍ବର

ନୂଆଦିଲ୍ଲୀ,୨୯।୧: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଓଡ଼ିଶାରେ ଏକ ନମ୍ବର ଟେଲି ସେବା ପ୍ରଦାନକାରୀ ସଂସ୍ଥା ଭାବେ ଉଭା ହୋଇଛି। ଏପରି କି ଭାରତୀୟ ଟେଲିକମ୍‌ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍‌ ଗ୍ରାହକ ତଥ୍ୟରେ ମଧ୍ୟ ଏ ନେଇ ଉଲ୍ଲେଖ କରାଯାଇଛି। ବିଶେଷ କରି ରିଲାଏନ୍ସ ଜିଓ ୨୦୨୨ ନଭେମ୍ବରରେ ସର୍ବାଧିକ ସଂଖ୍ୟକ ମୋବାଇଲ୍‌ ଗ୍ରାହକ ସମେତ ସର୍ବାଧିକ ଫିକ୍ସଡ୍‌-ଲାଇନ୍‌ ଗ୍ରାହକ ଯୋଡ଼ିଥିବା ବେଳେ କମ୍ପାନୀ ତା’ର ଏକ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରିବା ଦିଗରେ ଅଗ୍ରସର ହେଉଛି। ସେହିଭଳି ଟ୍ରାଇ ପକ୍ଷରୁ ପ୍ରକାଶିତ ଦୂରସଞ୍ଚାର ଗ୍ରାହକ ତଥ୍ୟ ଅନୁସାରେ ୨୦୨୨ ନଭେମ୍ବରରେ ରିଲାଏନ୍ସ ଜିଓ ରାଜ୍ୟରେ ସର୍ବାଧିକ ୫୪,୧୯୪ ମୋବାଇଲ୍‌ ଗ୍ରାହକ ଏବଂ ପ୍ରାୟ ୬୦୦୦ ଓୟାରଲାଇନ୍‌ ବା ଜିଓଫାଇବର୍‌ ଗ୍ରାହକ ଯୋଡ଼ିଛି। ଏହା ସହିତ ୨୦୨୨ ନଭେମ୍ବର ୩୦ ସୁଦ୍ଧା ସର୍ବାଧିକ ୧.୩୮କୋଟି ମୋବାଇଲ୍‌ ଗ୍ରାହକ ଏବଂ ସର୍ବାଧିକ ୧.୮୩ ଲକ୍ଷ ଜିଓଫାଇବର ଗ୍ରାହକଙ୍କୁ ନେଇ ଜିଓ ଓଡ଼ିଶାରେ ଏହାର ଅଗ୍ରଣୀ ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ଏପରି କି ଟ୍ରାଇ ତଥ୍ୟ ଅନୁଯାୟୀ ୨୦୨୨ ନଭେମ୍ବରରେ ଓଡ଼ିଶାର ମୋଟ ମୋବାଇଲ୍‌ ଗ୍ରାହକ ସଂଖ୍ୟାରେ ୯୫,୫୦୦ରୁ ଅଧିକ ବୃଦ୍ଧି ହୋଇଥିବା ବେଳେ ଓୟାରଲାଇନ୍‌ ଗ୍ରାହକ ସଂଖ୍ୟାରେ ୬,୧୬୭ ବୃଦ୍ଧି ଘଟିଛି। ସେହିପରି ଜାତୀୟ ସ୍ତରରେ ମଧ୍ୟ ଜିଓ ୧୪ଲକ୍ଷରୁ ଅଧିକ ନୂଆ ମୋବାଇଲ୍‌ ଗ୍ରାହକ ଯୋଡ଼ିଥିବା ବେଳେ ଉକ୍ତ ମାସରେ ୨.୧ ଲକ୍ଷରୁ ଅଧିକ ଓୟାରଲାଇନ୍‌ ଗ୍ରାହକ ଯୋଡ଼ି ଦେଶର ସର୍ବବୃହତ୍‌ ଓୟାରଲାଇନ୍‌ ସେବା ପ୍ରଦାନକାରୀ ଭାବେ ନିଜ ଅଗ୍ରଣୀ ସ୍ଥିତିକୁ ଆହୁରି ମଜଭୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri