ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ୍‌ ନେଟ୍‌ୱର୍କ

ମୁମ୍ବାଇ,୬।୧୧: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ଭାବେ ପରିଗଣିତ ହୋଇଛି। ଏପରିକି ଡାଟା ଟ୍ରାଫିକ୍‌ ଦୃଷ୍ଟିରୁ ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ନେଟୱର୍କ ହୋଇ ରହିଛି। ୨୦୨୪ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ବ୍ୟବହୃତ ହୋଇଥିବା ଡାଟା ଅନୁଯାୟୀ ଏହି ସଫଳତା ହାସଲ କରିଛି, ଏପରିକି ୨୦୨୪ ବର୍ଷର ପ୍ରଥମ ତିନୋଟି ତ୍ରୈୟମାସର ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ଚାଇନା କମ୍ପାନୀ ମୋବାଇଲ୍‌ଠାରୁ କ୍ରମାଗତ ଭାବେ ଆଗରେ ରହିଛି। ଅପରପକ୍ଷରେ ବିଶ୍ୱ ଦୂରସଞ୍ଚାର କ୍ଷେତ୍ରର ଅନୁଶୀଳନକାରୀ କମ୍ପାନୀ ଟେଫିସିଏଣ୍ଟର ସୂଚନା ଅନୁଯାୟୀ ଜିଓ ଏବଂ ଚାଇନା ମୋବାଇଲ୍‌ ପରେ ଅନ୍ୟ ଏକ ଚାଇନା କମ୍ପାନୀ ଚାଇନା ଟେଲିକମ୍‌ ଡାଟା ଟ୍ରାଫିକରେ ତୃତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଟେଲିକମ କମ୍ପାନୀ ଏୟାରଟେଲ ଚତୁର୍ଥ ସ୍ଥାନରେ ରହିଛି। ଏପରିକି ଭାରତୀୟ ମୋବାଇଲ କମ୍ପାନୀ ଭୋଡା-ଆଇଡିଆ ମଧ୍ୟ ଏହି ସୂଚୀର ଷଷ୍ଠ ସ୍ଥାନରେ ସାମିଲ ହୋଇଛନ୍ତି।
ସେହିଭଳି ଟେଫିସିଏଣ୍ଟ ତା’ର ସୋସିଆଲ ମିଡିଆ ପ୍ଲାଟଫର୍ମ (ଟୁଇଟ)ରେ ଉଲ୍ଲେଖ କରିଛି, ଚାଇନା କମ୍ପାନୀ ଚାଇନା ମୋବାଇଲ୍‌ ସମ୍ଭବତଃ ନିଜର ପ୍ରଭାବ ହରାଇଛି। ଏପରିକି ଚାଇନା ମୋବାଇଲରେ ବାର୍ଷିକ ଅଭିବୃଦ୍ଧି ମାତ୍ର ୨% ହୋଇଥିବାବେଳେ ଜିଓ ଏବଂ ଚାଇନା ଟେଲିକମରେ ପ୍ରାୟ ୨୪% ଏବଂ ଏୟାରଟେଲରେ ୨୩% ଅଭିବୃଦ୍ଧି ଘଟିଛି। ସେହିପରି ୫ଜି ନେଟୱର୍କର ଦୃଢ଼ ଉପସ୍ଥିତି ପାଇଁ ଭାରତୀୟ କମ୍ପାନୀଗୁଡିକର ଡାଟା ଟ୍ରାଫିକ୍‌ ବୃଦ୍ଧି ପାଇଥିବା ଟେଫିସିଏଣ୍ଟ ବିସ୍ତୃତ ଭାବେ ତା’ର ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦର୍ଶାଇଛି। ଏଥିସହିତ ୫ଜି ଚାଇନାର ଡାଟା ଟ୍ରାଫିକ ଉପରେ ଭାରତ ଭଳି ପ୍ରଭାବ ପକାଇ ପାରିନାହିଁ।
ସେହିପରି ୫ଜି ଏବଂ ଘରୋଇ ବ୍ରଡବ୍ୟାଣ୍ଡ ପାଇଁ ରହିଥିବା ପ୍ରବଳ ଚାହିଦା ଯୋଗୁ ଜିଓ ବିଶ୍ୱରେ ଡାଟା ଟ୍ରାଫିକ୍‌ ଦୃଷ୍ଟିରୁ ଏକ ନମ୍ବର ହେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏପରିକି ଗତ ତିନି ବର୍ଷ ମଧ୍ୟରେ ଜିଓ ଅନେକ ସଫଳତା ହାସଲ କରିଛି। ଜିଓ ନେଟୱର୍କରେ ଡାଟା ଟ୍ରାଫିକ୍‌ ପ୍ରାୟ ଦ୍ୱିଗୁଣିତ ହୋଇଛି, ବର୍ତ୍ତମାନ ଜିଓ ୫ଜି ନେଟୱର୍କରେ ପ୍ରାୟ ୧୪ କୋଟି ୮୦ ଲକ୍ଷ ଗ୍ରାହକ ଯୋଡ଼ି ହୋଇଛନ୍ତି। ଜିଓ ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ ଚଳିତ ଆର୍ଥତ୍କ ବର୍ଷର ଦ୍ୱିତୀୟ ତ୍ରୟମାସରେ ଜିଓର ମୋଟ ଡାଟା ଟ୍ରାଫିକ୍‌ ୪୫ ଏକ୍ସାବାଇଟ୍‌ ଅତିକ୍ରମ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri