ରିଲାଏନ୍ସ ଜିଓର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଦୂରସଞ୍ଚାର କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅକ୍ଟୋବରରୁ ଡିସେମ୍ବର ଶେଷ ସୁଦ୍ଧା କମ୍ପାନୀର ନେଟ୍‌ ଲାଭ ଗତ ବର୍ଷ ତୁଳନାରେ ୨୮.୩% ବୃଦ୍ଧି ଘଟି ୪,୬୩୮ କୋଟି ଟଙ୍କାରେ ପହଞ୍ଚତ୍ଛି। ଗତ ବର୍ଷ ସମାନ ଅବଧି ମଧ୍ୟରେ କମ୍ପାନୀର ନେଟ୍‌ ଲାଭ ୩,୬୧୫ କୋଟି ଟଙ୍କା ରହିଥିଲା। ସେହିଭଳି ଗତବର୍ଷର ତୃତୀୟ ତ୍ରୈମାସ ତୁଳନାରେ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ବ ଆୟ ୨୨,୯୯୮ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏପରିକି ଏହି ତ୍ରୈମାସରେ ଜିଓ ଉପଭୋକ୍ତାଙ୍କ ସଂଖ୍ୟା ବୃଦ୍ଧି ପାଇ ୪୩.୨୯ କୋଟିରେ ପହଞ୍ଚତ୍ଥିବା ବେଳେ ଗ୍ରାହକ ପିଛା ପ୍ରତିମାସ ରାଜସ୍ବ ୧୭୮.୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିଭଳି ଏହି ତ୍ରୈମାସରେ ଜିଓ ନେଟ୍‌ୱର୍କରେ ଡାଟା ଟ୍ରାଫିକ ୨୯ ବିଲିଅନ ଜିବିକୁ ବୃଦ୍ଧି ପାଇଥିବା ବେଳେ ଭଏସ୍‌ ଟ୍ରାଫିକ ୧.୨୭ ଟ୍ରିଲିଅନ ମିନିଟ୍‌କୁ ବୃଦ୍ଧି ପାଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଏ ସମ୍ପର୍କରେ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ର ଅଧ୍ୟକ୍ଷ ଆକାଶ ଅମ୍ବାନୀ କହିଛନ୍ତି, ଭାରତ ଭଳି ବିଶାଳ ଦେଶରେ ଦ୍ରୁତ ୫ଜି ସମ୍ପ୍ରସାରଣ କାର୍ଯ୍ୟ ଜିଓ ଜାରି ରଖିଛି, ମାତ୍ର ୩ ମାସ ଅବଧି ମଧ୍ୟରେ କମ୍ପାନୀ ଦେଶର ୧୩୪ ସହରରେ ଜିଓ ଟ୍ରୁ ୫ଜି ସେବା ଆରମ୍ଭ କରିଥିବା ବେଳେ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ଉକ୍ତ ସେବା ଦେଶବ୍ୟାପୀ ସମ୍ପ୍ରସାରଣ ପାଇଁ ଜିଓ କାର୍ଯ୍ୟ କରୁଛି। ଏଥିସହ ଜିଓ ପକ୍ଷରୁ ୧୦ କୋଟି ପରିସରକୁ ଜିଓ ଫାଇବର ଓ ଜିଓ ଏୟାର ଫାଇବର ସଂଯୋଗ କରାଯିବ। କ୍ଷୁଦ୍ର ବ୍ୟବସାୟୀ ଓ ଉଦ୍ୟୋଗଗୁଡିକୁ କ୍ଲାଉଡ୍‌ ଜରିଆରେ ଆମେ ଅତ୍ୟାଧୁନିକ ସମାଧାନ ପ୍ରଦାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri