ରିଲାଏନ୍ସ ଜିଓର ୮ମ ପୂର୍ତ୍ତି ଉତ୍ସବ

ମୁମ୍ବାଇ,୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ସଂସ୍ଥା ରିଲାଏନ୍ସ ଜିଓର ୮ମ ପୂର୍ତ୍ତି ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି। ବ୍ୟବସାୟିକ ଭାବେ ରିଲାଏନ୍ସ ଜିଓ ଭାରତରେ ସେବା ଆରମ୍ଭ କରିବାର ୮ବର୍ଷ ପୂରଣ କରିଛି। ଜିଓ ତା’ର ପ୍ରିପେଡ୍‌ ମୋବାଇଲ ଗ୍ରାହକମାନଙ୍କ ପାଇଁ ଏକ ସ୍ବତନ୍ତ୍ର ବାର୍ଷିକୀ ଅଫର ସମ୍ପର୍କରେ ଘୋଷଣା କରିଛି। ଜିଓ ମୋବାଇଲ୍‌ ଉପଭୋକ୍ତାମାନେ ତିନୋଟି ନିର୍ଦ୍ଦିଷ୍ଟ ରିଚାର୍ଜ ପ୍ଲାନ୍‌ ସହ ସୀମିତ ଅବଧି ମଧ୍ୟରେ ଏହି ବିଶେଷ ଅଫରର ଲାଭ ନେଇପାରିବେ। ୨୦୨୪ ସେପ୍ଟେମ୍ବର ୫ରୁ ୧୦ ମଧ୍ୟରେ ୮୯୯ଟଙ୍କା ଓ ୯୯୯ଟଙ୍କା ମୂଲ୍ୟର ୩ମାସର ଅବଧି ବିଶିଷ୍ଟ ରିଚାର୍ଜ ପ୍ଲାନ୍‌ ଏବଂ ୩୫୯୯ଟଙ୍କା ମୂଲ୍ୟର ବାର୍ଷିକ ରିଚାର୍ଜ ପ୍ଲାନ୍‌ ସହ ରିଚାର୍ଜ କରୁଥିବା ଜିଓ ପ୍ରିପେଡ୍‌ ମୋବାଇଲ ଉପଭୋକ୍ତାମାନେ ୭୦୦ଟଙ୍କା ମୂଲ୍ୟର ଅତିରିକ୍ତ ଲାଭ ପାଇପାରିବେ। ଉଭୟ ୮୯୯ ଟଙ୍କା ଓ ୯୯୯ ଟଙ୍କା ମୂଲ୍ୟର ୩ମାସିଆ ରିଚାର୍ଜ ପ୍ଳାନ୍‌ରେ ଦୈନିକ ୨ ଜିବି ହାଇସ୍ପିଡ୍‌ ଡାଟା ମିଳୁଥିବା ବେଳେ ବୈଧତା ଅବଧି ଯଥାକ୍ରମେ ୯୦ଦିନ ଓ ୯୮ ଦିନ ରହିଛି। ୩୫୯୯ଟଙ୍କା ମୂଲ୍ୟର ବାର୍ଷିକ ରିଚାର୍ଜ ପ୍ଲାନ୍‌ର ବୈଧତା ୩୬୫ ଦିନ ରହିଥିବା ବେଳେ ଏଥିରେ ଦୈନିକ ୨.୫ଜିବି ହାଇସ୍ପିଡ୍‌ ଡାଟା ଉପଲବ୍ଧ ହେଉଛି। ପୂର୍ତ୍ତି ଉତ୍ସବ ଅଫରର ଲାଭ ନେଉଥିବା ଜିଓ ଗ୍ରାହକଙ୍କୁ ୧୭୫ଟଙ୍କା ମୂଲ୍ୟର ୧୦ଟି ଓଟିଟି ଆପ୍ସର ସଦସ୍ୟତା ଓ ୧୦ଜିବିର ଅତିରିକ୍ତ ଡାଟା ପ୍ୟାକ୍‌ ମିଳିବ,ଯାହାର ବୈଧତା ୨୮ଦିନ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri