ରିଲାଏନ୍ସ ଜିଓର ପ୍ରଥମ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରିଲାଏନ୍ସ ଜିଓ ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୩ ଏପ୍ରିଲରୁ ଜୁନ୍‌ ତ୍ରୈମାସରେ ରିଲାଏନ୍ସ ଜିଓର ନେଟ୍‌ ଲାଭ ୧୨.୧%ର ବୃଦ୍ଧି ସହ ୪୮୬୩ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ତ୍ରୈମାସରେ ଜିଓର ନେଟ୍‌ ଲାଭ ୪୩୩୫ କୋଟି ଟଙ୍କା ରହିଥିଲା। ସେହିଭଳି ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଜୁନ୍‌ ତ୍ରୈମାସରେ ରିଲାଏନ୍ସ ଜିଓର ମୋଟ ଆୟ ପୂର୍ବ ବର୍ଷର ସମାନ ଅବଧି ମଧ୍ୟରେ ରହିଥିବା ୨୧,୯୯୫ କୋଟି ଟଙ୍କାରୁ ବୃଦ୍ଧି ପାଇ ୨୪,୧୨୭କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରିକି ଏହି ତ୍ରୈମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୯.୯% ବୃଦ୍ଧି ସହ ୨୪,୦୪୨ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୧,୮୭୩ କୋଟିି ରହିଥିଲା।
ଉଲ୍ଲେଖଯୋଗ୍ୟ, ରିଲାଏନ୍ସ ଜିଓ ଦେଶର ସର୍ବବୃହତ୍‌ ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ସ୍ଥାନ ସୁଦୃଢ଼ କରିବା ସହ ସାରା ଦେଶରେ ୫ଜି ସେବାର ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି। ନିକଟରେ ଦେଶର ପ୍ରାୟ ୨୫କୋଟି ୨ଜି ମୋବାଇଲ ସେବା ବ୍ୟବହାରକାରୀଙ୍କୁ ୪ଜି ସେବାକୁ ଉନ୍ନୀତ ହେବା ସୁଯୋଗ ପ୍ରଦାନ କରିବା ସହ ଜିଓ ଭାରତ ୪ଜି ଫିଚର ଫୋନ ଶୁଭାରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri