ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୩-୨୪ ଆର୍ଥତ୍କବର୍ଷର ୪ର୍ଥ ତ୍ରୈମାସର ସହ ସମ୍ପୂର୍ଣ୍ଣ ଆର୍ଥତ୍କବର୍ଷର ଆର୍ଥତ୍କ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରି କି ୨୦୨୩-୨୪ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈ ମାସିକ (ଜାନୁଆରୀରୁ ମାର୍ଚ୍ଚ)ରେ ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ ମୋଟ ୫,୩୩୭ କୋଟି ଟଙ୍କାର ନେଟ ଲାଭ ହାସଲ କରିଥିବାବେଳେ ସମ୍ପୂର୍ଣ୍ଣ ଆର୍ଥତ୍କ ବର୍ଷରେ କମ୍ପାନୀ (ରିଲାଏନ୍ସ ଜିଓ)ର ମୋଟ ନେଟ ଲାଭ ୨୦,୪୬୬କୋଟି ଟଙ୍କା ହୋଇଥିବା ରିଲାଏନ୍ସ ଜିଓ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ବିଶେଷ କରି ୨୦୨୪ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ରିଲାଏନ୍ସ ଜିଓ ଇନଫୋକମ୍‌ ଲିମିଟେଡ୍‌ର ନେଟ ଲାଭ ପୂର୍ବ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ୧୩.୧୬% ଅଭିବୃଦ୍ଧି ହୋଇଛି। ଏହି ତ୍ରୈମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୫,୯୫୯କୋଟି ଟଙ୍କାକୁ ବୃଦ୍ଧି ପାଇଛି।
ସେହିଭଳି ୨୦୨୩-୨୪ ସମ୍ପୂର୍ଣ୍ଣ ଆର୍ଥତ୍କ ବର୍ଷରେ ରିଲାଏନ୍ସ ଜିଓର ମୋଟ ନେଟ ଲାଭ ପୂର୍ବ ଆର୍ଥିକ ବର୍ଷ ସମାନ ଅବଧି ତୁଳନାରେ ୧୨.୪% ଅଭିବୃଦ୍ଧି ସହିତ ୨୦,୪୬୬ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରି କି ଏହି ଆର୍ଥତ୍କ ବର୍ଷ ମଧ୍ୟରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ବ ୧୦.୨% ବୃଦ୍ଧି ଘଟି ୧,୦୦,୧୧୯କୋଟି ଟଙ୍କା ରହିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ଦେଶରେ ଜିଓର ଟ୍ରୁ ୫ଜି ନେଟ୍‌ୱର୍କରେ ୧୦.୮କୋଟିରୁ ଊଦ୍ଧର୍‌ବ ଉପଭୋକ୍ତା ରହିଥିବା ବେଳେ ଜିଓର ମୋଟ ଗ୍ରାହକ ସଂଖ୍ୟା ୪୮.୧୮କୋଟିକୁ ବୃଦ୍ଧି ପାଇଛି, କମ୍ପାନୀର ପ୍ରତ୍ୟେକ ଗ୍ରାହକଙ୍କ ରାଜସ୍ବ ପ୍ରତିମାସ ପିଛା ୧୮୧.୭ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri