ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୩-୨୪ ଆର୍ଥତ୍କବର୍ଷର ୪ର୍ଥ ତ୍ରୈମାସର ସହ ସମ୍ପୂର୍ଣ୍ଣ ଆର୍ଥତ୍କବର୍ଷର ଆର୍ଥତ୍କ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରି କି ୨୦୨୩-୨୪ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈ ମାସିକ (ଜାନୁଆରୀରୁ ମାର୍ଚ୍ଚ)ରେ ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ ମୋଟ ୫,୩୩୭ କୋଟି ଟଙ୍କାର ନେଟ ଲାଭ ହାସଲ କରିଥିବାବେଳେ ସମ୍ପୂର୍ଣ୍ଣ ଆର୍ଥତ୍କ ବର୍ଷରେ କମ୍ପାନୀ (ରିଲାଏନ୍ସ ଜିଓ)ର ମୋଟ ନେଟ ଲାଭ ୨୦,୪୬୬କୋଟି ଟଙ୍କା ହୋଇଥିବା ରିଲାଏନ୍ସ ଜିଓ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ବିଶେଷ କରି ୨୦୨୪ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ରିଲାଏନ୍ସ ଜିଓ ଇନଫୋକମ୍‌ ଲିମିଟେଡ୍‌ର ନେଟ ଲାଭ ପୂର୍ବ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ୧୩.୧୬% ଅଭିବୃଦ୍ଧି ହୋଇଛି। ଏହି ତ୍ରୈମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୫,୯୫୯କୋଟି ଟଙ୍କାକୁ ବୃଦ୍ଧି ପାଇଛି।
ସେହିଭଳି ୨୦୨୩-୨୪ ସମ୍ପୂର୍ଣ୍ଣ ଆର୍ଥତ୍କ ବର୍ଷରେ ରିଲାଏନ୍ସ ଜିଓର ମୋଟ ନେଟ ଲାଭ ପୂର୍ବ ଆର୍ଥିକ ବର୍ଷ ସମାନ ଅବଧି ତୁଳନାରେ ୧୨.୪% ଅଭିବୃଦ୍ଧି ସହିତ ୨୦,୪୬୬ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରି କି ଏହି ଆର୍ଥତ୍କ ବର୍ଷ ମଧ୍ୟରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ବ ୧୦.୨% ବୃଦ୍ଧି ଘଟି ୧,୦୦,୧୧୯କୋଟି ଟଙ୍କା ରହିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ଦେଶରେ ଜିଓର ଟ୍ରୁ ୫ଜି ନେଟ୍‌ୱର୍କରେ ୧୦.୮କୋଟିରୁ ଊଦ୍ଧର୍‌ବ ଉପଭୋକ୍ତା ରହିଥିବା ବେଳେ ଜିଓର ମୋଟ ଗ୍ରାହକ ସଂଖ୍ୟା ୪୮.୧୮କୋଟିକୁ ବୃଦ୍ଧି ପାଇଛି, କମ୍ପାନୀର ପ୍ରତ୍ୟେକ ଗ୍ରାହକଙ୍କ ରାଜସ୍ବ ପ୍ରତିମାସ ପିଛା ୧୮୧.୭ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?