ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜି ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ବନ୍ୟପ୍ରାଣୀ କେନ୍ଦ୍ର ବନ୍‌ତାରା ପରିଦର୍ଶନ କରିବାର ସୁଯୋଗ ଆଦି ଘୋଷଣା କରାଯାଇଛି। ଅନନ୍ତଙ୍କ ଘୋଷଣା ଅନୁସାରେ ପ୍ରତିବର୍ଷ କିସ୍‌ର ୩୦ଜଣ ସ୍ନାତକଙ୍କୁ ରିଲାଏନ୍ସ ଗ୍ରୁପ୍‌ର ବିଭିନ୍ନ କମ୍ପାନୀରେ ଚାକିରି ପ୍ରଦାନ କରାଯିବ। ଏହା ଜନଜାତି ଯୁବତୀଯୁବକଙ୍କ ପାଇଁ ସ୍ଥାୟୀ କ୍ୟାରିୟର ପଥ ଖୋଲିବ। ସେହିପରି ଶିକ୍ଷାଗତ ଜ୍ଞାନକୁ ଆହୁରି ବୃଦ୍ଧିକରିବା ନିମନ୍ତେ କିସ୍‌ର ସମସ୍ତ ଛାତ୍ରୀଛାତ୍ରଙ୍କୁ ଅନନ୍ତ ଅତିରିକ୍ତ ଅଧ୍ୟୟନ ସାମଗ୍ରୀ ପ୍ରଦାନ କରିଛନ୍ତି। ଅନନ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ, ଖୁସି ଓ ଦୀର୍ଘ ଜୀବନ କାମନାକରି ଶ୍ରୀବାଣୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ କିସ୍‌ ପିଲାମାନେ ଦୀପ ଜାଳି ପ୍ରାର୍ଥନା କରିଥିଲେ ଓ ଶ୍ରୀବାଣୀକ୍ଷେତ୍ର ବେଦପାଠଶାଳା ଛାତ୍ରୀଛାତ୍ରମାନେ ବେଦପାଠ ଜରିଆରେ ଅନନ୍ତଙ୍କୁ ଶୁଭକାମନା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ କିସ୍‌ ଭୁବନେଶ୍ୱର କ୍ୟାମ୍ପସ ସମେତ ବଲାଙ୍ଗୀର, କଳାହାଣ୍ଡି, ବାରିପଦା ଓ ବାଲେଶ୍ୱର ଆଦି କ୍ୟାମ୍ପସ୍‌ରେ ଛାତ୍ରୀଛାତ୍ର ସାମିଲ ହୋଇଥିଲେ। ଛାତ୍ରୀଛାତ୍ରମାନେ ବନ୍‌ତାରା ଲୋଗୋ ଦ୍ୱାରା ଅନୁପ୍ରାଣିତ ମାନବ ଅକ୍ଷର ଗଠନ କରିଥିଲେ। ପରେ ସନ୍ଧ୍ୟାରେ କିସ୍‌ର ୪୦ ହଜାର ବିଦ୍ୟାର୍ଥୀଙ୍କ ପାଇଁ ଅନନ୍ତଙ୍କ ଦ୍ୱାରା ଏକ ସ୍ବତନ୍ତ୍ର ରାତ୍ରଭୋଜନର ଆୟୋଜନ କରାଯାଇଥିଲା। ଏହି ଅବସରରେ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଥିଲେ, କିସ୍‌ ପିଲାଙ୍କ ପାଇଁ ଅନନ୍ତ ଯେଉଁ ସବୁ ଘୋଷଣା କରିଛନ୍ତି ତାହା ଦ୍ୱାରା ଛାତ୍ରୀଛାତ୍ରଙ୍କ ଆତ୍ମବିଶ୍ୱାସ ଓ ଭବିଷ୍ୟତ ସମ୍ଭାବନାକୁ ବହୁ ପରିମାଣରେ ମଜଭୁତ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri