ଆନ୍ଧ୍ରପ୍ରଦେଶରେ ନିବେଶ କରିବ ରିଲାଏନ୍ସ

ନୂଆଦିଲ୍ଲୀ,୪।୩: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଆନ୍ଧ୍ରପ୍ରଦେଶରେ ୧୦ଗିଗାୱାଟ୍‌ ସୋଲାର ପାୱାର ପ୍ଲାଣ୍ଟରେ ପୁଞ୍ଜିନିବେଶ କରିବ। ଆନ୍ଧ୍ରପ୍ରଦେଶର ଉପତ୍ାଦଗୁଡ଼ିକୁ ସାରା ଦେଶରେ ପହଞ୍ଚାଇବା ଲାଗି ରିଲାଏନ୍ସ ରିଟେଲ ଏହାର କୃଷି ଆଧାରିତ ଉପତ୍ାଦ ଓ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକୁ ଅଧିକରୁ ଅଧିକ ମାତ୍ରାରେ କିଣିବ। ରିଲାଏନ୍ସର ଏହି ପଦକ୍ଷେପ ଯୋଗୁ ଆନ୍ଧ୍ରପ୍ରଦେଶରେ ୫୦ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ‘ଆନ୍ଧ୍ରପ୍ରଦେଶ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୨୩’ରେ ଯୋଗଦେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କହିଛନ୍ତି। ଏପରିକି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ଉପସ୍ଥିତିରେ ରିଟେଲ କ୍ଷେତ୍ର ସମ୍ପର୍କରେ ଉପସ୍ଥାପନା କରି ମୁକେଶ କହିଛନ୍ତି, ଆନ୍ଧ୍ରପ୍ରଦେଶର ୬ହଜାର ଗ୍ରାମର ୧ଲକ୍ଷ ୨୦ହଜାରରୁ ଅଧିକ କିରାନା ବ୍ୟବସାୟୀଙ୍କ ସହ ରିଲାଏନ୍ସ ରିଟେଲ ସହଯୋଗିତା ସ୍ଥାପନ କରିଛି। ବିଶେଷକରି ଡିଜିଟାଲ ଯୁଗରେ ଛୋଟ ବ୍ୟବସାୟୀମାନେ ଯେଭଳି ସମୃଦ୍ଧ ହୋଇପାରିବେ ସେଥିପାଇଁ ସେମାନଙ୍କ ଲାଗି ଆବଶ୍ୟକ ଉପକରଣ ଉପଲବ୍ଧ କରାଯାଇଛି। ସେହିଭଳି ରିଲାଏନ୍ସ ରିଟେଲ୍‌ ଆନ୍ଧ୍ରପ୍ରଦେଶରେ ୨୦,୦୦୦ରୁ ଅଧିକ ପ୍ରତ୍ୟକ୍ଷ ନିଯୁକ୍ତି ଏବଂ ବହୁ ସଂଖ୍ୟାରେ ପରୋକ୍ଷ ନିଯୁକ୍ତି ସୃଷ୍ଟି କରିପାରିଛି।
ଅପରପକ୍ଷରେ ରିଲାଏନ୍ସ ଜିଓ ବିଷୟରେ ପ୍ରକାଶକରି ମୁକେଶ କହିଛନ୍ତି ,ଆନ୍ଧ୍ରପ୍ରଦେଶ ସମେତ ସାରା ଦେଶରେ ୨୦୨୩ ଶେଷ ସୁଦ୍ଧା ଜିଓ ଟ୍ରୁ-୫ଜିର ଶୁଭାରମ୍ଭ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ। ଏପରିକି ୪୦ହଜାର କୋଟି ଟଙ୍କାରୁ ଅଧିକ ନିବେଶକରି ଜିଓ ଆନ୍ଧ୍ରପ୍ରଦେଶରେ ସବୁଠୁ ବଡ଼ ଏବଂ ଉନ୍ନତ ଡିଜିଟାଲ ନେଟ୍‌ୱର୍କ ପ୍ରସ୍ତୁତ କରିଛି, ଯାହା ରାଜ୍ୟର ୯୮% ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। ଜିଓ ଟ୍ରୁ-୫ଜି ଜରିଆରେ ଅର୍ଥନୀତିକୁ ନୂଆ ଗତି ମିଳିବ ଏବଂ ବଡ଼ ଧରଣର ବ୍ୟବସାୟ ଓ ରୋଜଗାର ସୁଯୋଗ ସୃଷ୍ଟି ହେବ। ଆନ୍ଧ୍ରପ୍ରଦେଶର ବିଶାଳ ଆର୍ଥିକ ସ୍ଥିତି ଉପରେ ପ୍ରଥମେ ବିଶ୍ୱାସ ପ୍ରକଟ କରିଥିବା କିଛି ହାତଗଣତି ଭାରତୀୟ କମ୍ପାନୀଙ୍କ ମଧ୍ୟରୁ ରିଲାଏନ୍ସ ଅନ୍ୟତମ। ରାଜ୍ୟର କେଜି-ଡି୬ ବେସିନ୍‌ ଓ ତାହାର ପାଇପ୍‌ଲାଇନରେ ଆମେ ୧,୫୦,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିଛୁ। ଦେଶର ମୋଟ ଗ୍ୟାସ୍‌ ଉପତ୍ାଦନରେ କେଜି-ଡି୬ର ପ୍ରାୟ ୩୦% ଯୋଗଦାନ ରହିଛି। ସେହିପରି ଆନ୍ଧ୍ରପ୍ରଦେଶରରେ ଫାର୍ମା ଓ ଭିତ୍ତିଭୂମି କ୍ଷେତ୍ରରେ ଉଦ୍ୟୋଗ ଓ ଉଦ୍ୟୋଗପତିମାନଙ୍କ ଲମ୍ବା ଧାଡ଼ି ରହିଛି ଏବଂ ସବୁଠୁ ବଡ଼ କଥା ହେଉଛି ଆନ୍ଧ୍ରପ୍ରଦେଶ ପାଖରେ ବିଶାଳ ସମୁଦ୍ର ଉପକୂଳ ରହିଛି, ଯାହା ତାହାକୁ ବ୍ଲୁ ଅର୍ଥନୀତିରେ ପରିଣତ କରିବାର କ୍ଷମତା ରଖୁଛି। ନୂଆ ଭାରତର ବିକାଶ କାହାଣୀରେ ଆନ୍ଧ୍ରପ୍ରଦେଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆସ୍ଥା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?