ରିଲାଏନ୍ସର ୩ ବିଦ୍ୟୁତ୍‌ ବିତରଣ କମ୍ପାନୀ ବକେୟା ୪୨୩୪ କୋଟି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ବିଦ୍ୟୁତ୍‌ ଦର ବୃଦ୍ଧି ପାଇଁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି)ରେ ଶୁଣାଣି ଚାଲିଥିବା ବେଳେ ଖାଉଟି ଏହାର ପ୍ରବଳ ବିରୋଧ କରୁଛନ୍ତି। ବର୍ତ୍ତମାନ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଥିବା ଟାଟା ପାଓ୍ବାର ରାଜ୍ୟବାସୀଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇବା ଏବଂ ପୂର୍ବରୁ ଦାୟିତ୍ୱରେ ଥିବା କମ୍ପାନୀଗୁଡିକଠାରୁ ବକେୟା ଆଦାୟ କରିବାରେ ସକ୍ଷମ ହେବ କି ବୋଲି ବିଧାୟକ ଗଣେଶ ରାମ୍‌ ସିଂ ପ୍ରଶ୍ନ କରିଛନ୍ତି। ଏହାର ଉତ୍ତରରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି, ବିଭିନ୍ନ ବିଦ୍ୟୁତ୍‌ ସଂସ୍ଥାର ରାଜସ୍ବ ଆବଶ୍ୟକତା ସମ୍ବନ୍ଧୀୟ ତଥ୍ୟକୁ ଭିତ୍ତିକରି ଆର୍ଥିକ ବର୍ଷ ୨୦୨୧-୨୨ ପାଇଁ ବିଦ୍ୟୁତ୍‌ ଦର ସ୍ଥିର କରିବା ବିଷୟ ଏବେ ଓଇଆର୍‌ସିଙ୍କ ବିଚାରାଧୀନ ରହିଛି। ଦର ନିର୍ଦ୍ଧାରଣ ସମୟରେ ଆୟୋଗ ସାଧାରଣ ଉପଭୋକ୍ତାଙ୍କ ସ୍ବାର୍ଥକୁ ସର୍ବାଧିକ ଗୁରୁତ୍ୱ ଦେଇଥାଆନ୍ତି। ତତ୍କାଳୀନ ସେସୁ, ସାଉଥ୍‌କୋ ଏବଂ ଓ୍ବେସ୍କୋର ଦାୟିତ୍ୱ ଟାଟା ପାଓ୍ବାର ଗ୍ରହଣ କରିଛି। ଆସନ୍ତା ୫ ବର୍ଷରେ ବକେୟା ଦେୟ ଆଦାୟ କରିବା, ଏଟି ଆଣ୍ଡ ସି କ୍ଷତି ହ୍ରାସ କରିବା ଏବଂ ବୈଦ୍ୟୁତିକ ଭିତ୍ତିଭୂମିର ବିକାଶ ଲାଗି ଚୁକ୍ତିବଦ୍ଧ ହୋଇଛି। ଏହାଦ୍ୱାରା ଗ୍ରାହକମାନେ ଗୁଣାତ୍ମକ ତଥା ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ପାଇପାରିବେ। ଟାଟା ପାଓ୍ବାର ଦ୍ୱାରା ଅଧିଗ୍ରହଣ ପୂର୍ବରୁ ରିଲାଏନ୍ସ ଅଧୀନ ୩ ବିତରଣ କମ୍ପାନୀଠାରୁ ୪ ମାର୍ଚ୍ଚ ୨୦୧୫ ପର୍ଯ୍ୟନ୍ତ ୪୨୩୪.୦୯ କୋଟି ବକେୟା ରହିଛି। ଏହାକୁ ଆଦାୟ ନିମନ୍ତେ ଗ୍ରୀଡ୍‌କୋ ତରଫରୁ ଓଇଆର୍‌ସି ନିକଟରେ ମାମଲା ରୁଜୁ କରାଯାଇଛି। ଏହା ବିଚାରାଧୀନ ଥିବା ମନ୍ତ୍ରୀ ତାଙ୍କ ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri