ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ଖୁବ ଶୀଘ୍ର ତାତିରୁ ତ୍ରାହି ମିଳିବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ମେ ମାସ ୪ ତାରିଖ ରାତି ବା ୫ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେଲେ ତାତିରୁ ମୁକ୍ତି ମିଳିବାର ସମ୍ଭାବନା ଥିବା କହିଛନ୍ତି ଆଇଏମ୍‌ଡିର ବରିଷ୍ଠ ବୈଜ୍ଞାନିକ ଆର୍‌.କେ ଜେନାମଣି।
ଶୁକ୍ରବାର ରାଜ୍ୟର ୧୧ ଜିଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ଓ୍ବାର୍ନିଂ ଜାରି ହୋଇଛି। ଆଭ୍ୟନ୍ତରୀଣ ଓ ଅନେକ ସ୍ଥାନରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏ ପାରଦ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri