ଅକ୍ଟୋବରରେ ଦରଦାମ୍‌ ବୃଦ୍ଧିରୁ ମିଳିପାରେ ମୁକ୍ତି, ଆରବିଆଇ ଗଭର୍ନରଙ୍କ ସୂଚନା…

ନୂଆଦିଲ୍ଲୀ, ୯।୭ : ଅକ୍ଟୋବର ୨୦୨୨ରୁ ସାଧାରଣ ଲୋକ ଦରଦାମ୍‌ ବୃଦ୍ଧିରୁ ମୁକ୍ତି ପାଇବେ ବୋଲି ଆଶା କରାଯାଉଛି। ଏସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୨୨-୨୩ ଆର୍ଥିକ ବର୍ଷର ଦ୍ୱିତୀୟାର୍ଦ୍ଧରେ ଅକ୍ଟୋବରରୁ ମାର୍ଚ୍ଚ ମଧ୍ୟରେ ଦରଦାମ୍‌ ହ୍ରାସ ପାଇବ ବୋଲି ଆଶା କରାଯାଉଛି । ଯାହା ଅର୍ଥନୀତିର ସମସ୍ୟାକୁ ଦୂର କରିବ। ସେ ସୂଚାଇ ଦେଇଛନ୍ତି ଯେ ଦରଦାମ୍‌ ହ୍ରାସ ପାଇବା ପରେ ଆରବିଆଇର କଠୋର ମୁଦ୍ରା ନୀତି ନିଷ୍ପତ୍ତି ନେବାର ଆଉ ଆବଶ୍ୟକତା ରହିବ ନାହିଁ।

ଆରବିଆଇ ଗଭର୍ନର କହିଛନ୍ତି ଯେ ବର୍ତ୍ତମାନ ଯୋଗାଣ କ୍ଷେତ୍ରରେ ସୁଧାର ହୋଇଛି। ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ତ୍ରୟମାସରେ ଏପ୍ରିଲରୁ ଜୁନ ମଧ୍ୟରେ ଅର୍ଥନୀତିର ଏକ ଭଲ ପୁନରୁଦ୍ଧାରକୁ ସୂଚାଉଛି। ଆମେ ଆଶା କରୁଛୁ ୨୦୨୨-୨୩ର ଦ୍ୱିତୀୟାର୍ଦ୍ଧରେ ମୁଦ୍ରାସ୍ଫୀତି ମଧ୍ୟମ ହେବ।

ଯୋଗାଣ ଶୃଙ୍ଖଳା ସମସ୍ୟା, ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଏବଂ ରୁଷିଆର ଆକ୍ରମଣ ଯୋଗୁ ସମଗ୍ର ବିଶ୍ୱରେ କେନ୍ଦ୍ରୀୟ ବ୍ୟାଙ୍କଗୁଡିକ ହନ୍ତସନ୍ତ ହେଉଛନ୍ତି। ଏହିସବୁ କାରଣରୁ, ଭାରତର ମୁଦ୍ରାସ୍ଫୀତି ହାର ଚଳିତ ବର୍ଷ ଆରମ୍ଭରୁ ଆରବିଆଇର ସହନଶୀଳତା ସ୍ତରରୁ ୬ ପ୍ରତିଶତ ଉପରେ ରହିଛି। ଯେଉଁଥିପାଇଁ ଆରବିଆଇକୁ ରେପୋ ହାରକୁ ୯୦ ଆଧାର ପଏଣ୍ଟରେ ବୃଦ୍ଧି କରିବାକୁ ପଡିଛି। ଇତିମଧ୍ୟରେ ଆରବିଆଇ ଏହାର ମୁଦ୍ରାସ୍ଫୀତି ପୂର୍ବାନୁମାନକୁ ୫.୭ ପ୍ରତିଶତରୁ ୬.୭ ପ୍ରତିଶତକୁ ବୃଦ୍ଧି କରିଛି।

ଅଗଷ୍ଟରେ ଆରବିଆଇର ମୁଦ୍ରା ନୀତି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ଅନେକ ବିଶେଷଜ୍ଞ ଆରପିଆଇର ରେପୋ ହାର ବୃଦ୍ଧି କରିବାର ଆଶଙ୍କା ପ୍ରକାଶ କରୁଛନ୍ତି। କିନ୍ତୁ ଆରବିଆଇ ଗଭର୍ନରଙ୍କ ସଦ୍ୟତମ ବିବୃତ୍ତି ଯୋଗୁ ଏଭଳି ଭୟ ଦୂର ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri