ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ, ସୁନ୍ଦରପୁର, ନାନ୍ଦପୁର ଓ ଖେରଙ୍ଗ ପଞ୍ଚାୟତରେ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି।

ଏହି ଅବସରରେ ସମ୍ପାଦିକା ପଲାଇ ବନ୍ୟା ବିପନ୍ନଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ବୁଝିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମସ୍ତେ ମିଶି ଅସହାୟ ଲୋକଙ୍କ ପାଖରେ ଛିଡ଼ା ହେବା ଆବଶ୍ୟକ ବୋଲି ସେକହିଥିଲେ। ରିଲିଫ ବଣ୍ଟନ କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ଉପେନ୍ଦ୍ର କୁମାର ରାଉଳ, ଜୋନ ସଭାପତି ସନ୍ଦୀପ ନାୟକ, ସୁବାଷ ବିଶ୍ୱାଳ, ସ୍ଥାନୀୟ ଭାଜପା କର୍ମୀ ଏବଂ ମହିଳା ମୋର୍ଚ୍ଚା ସଦସ୍ୟମାନେ ଉପସ୍ଥିତ ରହି ବନ୍ୟା ବିପନ୍ନଙ୍କୁ ସହାୟତା ପ୍ରଦାନ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଗତ ପାଞ୍ଚ ଦିନ ଧରି ସମ୍ପାଦିକା ପଲାଇ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ତାଙ୍କର ଏହି ମାନବିକ ପଦକ୍ଷେପକୁ ସ୍ଥାନୀୟ ଲୋକ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri