ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୯: ସରକାର ବିମାନ କମ୍ପାନୀଗୁଡ଼ିକୁ ଆଶ୍ୱସ୍ତି ପ୍ରଦାନ କରିବା ସହ ଯାତ୍ରୀ ପରିବହନ କ୍ଷମତା ୭୨.୫%ରୁ ୮୫%କୁ ବୃଦ୍ଧି କରିଛନ୍ତି। ଏହା ସହ ବିମାନ ଭଡ଼ା ସମ୍ପର୍କିତ ନିୟମରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ବିମାନ ଭଡ଼ା କ୍ଷେତ୍ରରେ ସର୍ବନିମ୍ନ ଏବଂ ସର୍ବୋଚ୍ଚ ଲିମିଟ୍‌ ମାସରେ କେବଳ ୧୫ ଦିନ ଲାଗି ଲାଗୁ ହେବ। ଏହା ମାସର କୌଣସି ସମୟରେ ୧୫ ଦିନ ଯାଏ ଲାଗୁ ହେବ। ବିମାନ କମ୍ପାନୀଗୁଡିକ ୧୬ ଦିନଠାରୁ ବିନା କୌଣସି ସୀମାରେ ଭଡ଼ା ଲାଗୁ କରିପାରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଗତ ବର୍ଷ ଲକ୍‌ଡାଉନ ପରେ ମେ ମାସରେ ବିମାନ ଭଡାର ସୀମା ନିର୍ଦ୍ଧାରଣ କରାଯାଇଥିଲା। ସେହି ସମୟରେ କମ୍‌ ବିମାନ ଦେଶ ମଧ୍ୟରେ ଚଳାଚଳ କରୁଥିଲା। ଫଳରେ କମ୍ପାନୀଗୁଡିକ ଟିକେଟ ଉପରେ ଅଧିକ ଭଡ଼ା ନେଉଥିଲେ। ନୂଆ ନିୟମ ଅନୁସାରେ ବିମାନ କମ୍ପାନୀଗୁଡିକ ଏବେ ୮୫% କ୍ଷମତାରେ ବିମାନ ସେବା ପ୍ରଦାନ କରିବେ। ଚଳିତ ବର୍ଷ ଅଗଷ୍ଟ ୧୨ରେ ଦେଶ ମଧ୍ୟରେ ଉଡ଼ାଣ କ୍ଷେତ୍ରରେ ଯାତ୍ରୀ କ୍ଷମତାକୁ ୬୫%ରୁ ୭୨.୫%କୁ ବୃଦ୍ଧି କରାଯାଇଥିଲା। ଜୁଲାଇ ଶେଷ ସପ୍ତାହ ତୁଳନାରେ ଅଗଷ୍ଟ ଶେଷ ସପ୍ତାହରେ ଯାତ୍ରୀ ସଂଖ୍ୟା ୩୬% ବୃଦ୍ଧି ଘଟିଛି। ୨୦୨୦ ଅଗଷ୍ଟ ତୁଳନାରେ ୨୦୨୧ ସମାନ ଅବଧିରେ ଯାତ୍ରୀ ସଂଖ୍ୟା ୨ ଗୁଣ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri