Posted inଜାତୀୟ

ଚିନ୍ମୟାନନ୍ଦଙ୍କୁ ଆଶ୍ୱସ୍ତି: କୋର୍ଟରେ ମନ୍ତବ୍ୟ ବଦଳାଇଲେ ବଳାତ୍କାର ଅଭିଯୋଗ ଆଣିଥିବା ଛାତ୍ରୀ

ଲକ୍ଷ୍ନୌ, ୧୪।୧୦: ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରୀୟ ମନ୍ତ୍ରୀ ଚିନ୍ମୟାନନ୍ଦ ଓରଫ୍‌ କୃଷ୍ଣପାଳ ସିଂଙ୍କୁ ବଳାତ୍କାର ମାମଲାରେ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ୨୩ ବର୍ଷ ବୟସ୍କା ଆଇନ ଛାତ୍ରୀ ନିଜର ମନ୍ତବ୍ୟ ବଦଳାଇବାରୁ ସମ୍ପୃକ୍ତ ଛାତ୍ରୀଙ୍କ ଉପରେ ସିଆର୍‌ପିସି ଧାରା ୩୪୦ ଅନ୍ତର୍ଗତ ମାମଲା ରୁଜୁ ପାଇଁ ସରକାରୀ ଆଇନଜୀବୀ ଅଭୟ ତ୍ରିପାଠିଙ୍କ ପକ୍ଷରୁ କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ସ୍ବତନ୍ତ୍ର କୋର୍ଟ ବିଚାରପତି ପଓ୍ବନ କୁମାର ରାୟ ଏହି ଆବେଦନକୁ ଗ୍ରହଣ କରିବା ସହିତ ଉଭୟ ପକ୍ଷଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଗୁରୁବାର(ଅକ୍ଟୋବର ୧୫) କରାଯିବ ବୋଲି ବିଚାରପତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଳାତ୍କାର ଅଭିଯୋଗରେ ୭୨ ବର୍ଷ ବୟସ୍କ ଚିନ୍ମୟାନନ୍ଦଙ୍କୁ ୨୦୧୯ ସେପ୍ଟେମ୍ବର ୨୦ରେ ଗିରଫ କରାଯାଇଥିଲା। ୨୦୨୦ ଫେବୃୟାରୀରେ ତାଙ୍କୁ ସସର୍ତ୍ତ ଜାମିନ୍‌ ମିଳିଥିଲା। ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ମାମଲାର ବିଚାର ସ୍ପତନ୍ତ୍ର କୋର୍ଟରେ ଜାରି ରହିଥିଲା। ଚିନ୍ମୟାନନ୍ଦଙ୍କ ଦ୍ୱାରା ସ୍ଥାପିତ ଏକ ଶିକ୍ଷାନୁଷ୍ଠାନରେ ଆଇନ ପାଠ୍ୟକ୍ରମ ଏଲ୍‌ଏଲ୍‌ଏମ୍‌ରେ ଅଧ୍ୟୟନ କରୁଥିବା ଛାତ୍ରୀ ୨୦୧୯ ସେପ୍ଟେମ୍ବର ୫ରେ ଦିଲ୍ଲୀର ଲୋଧୀ କଲୋନୀ ଥାନାରେ ତାଙ୍କ ବିରୋଧରେ ଏକ ବର୍ଷଧରି ବଳାତ୍କାର କରିଥିବା ମାମଲା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri