Posted inଜାତୀୟ

ଜୁବେରଙ୍କୁ ଆଶ୍ୱସ୍ତି, ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର, ସମସ୍ତ ମାମଲା ଦିଲ୍ଲୀ ସ୍ଥାନାନ୍ତର…

ନୂଆଦିଲ୍ଲୀ,୨୦।୭ : ସୁପ୍ରିମକୋର୍ଟ ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ତଥା ଫ୍ୟାକ୍ଟ-ଚେକର୍‌ ମହମ୍ମଦ ଜୁବେରଙ୍କୁ ତାଙ୍କ ବିରୋଧରେ ଦାଖଲ ହୋଇଥିବା ସମସ୍ତ ୬ଟି ମାମଲାରେ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ହାଜତରେ ରଖିବା ପାଇଁ କୌଣସି ଯଥାର୍ଥତା ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ସୁପ୍ରିମକୋର୍ଟଙ୍କ ପକ୍ଷରୁ ଉତ୍ତରପ୍ରଦେଶ ସରକାର ଦ୍ୱାରା ଗଠିତ ଏସଆଇଟି ମଧ୍ୟ ଭଙ୍ଗ କରାଯାଇଛି। ବୁଧବାର ମହମ୍ମଦ ଜୁବାଇରଙ୍କୁ ୨୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଳିକାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି।

ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ଘଟଣାର ଏକୀଭୂତ ତଦନ୍ତର ଆବଶ୍ୟକତା ରହିଛି। ଏହାସହିତ ଉତ୍ତରପ୍ରଦେଶରେ ଜୁବେରଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ସମସ୍ତ ମାମଲାକୁ ମଧ୍ୟ ଦିଲ୍ଲୀ ସ୍ଥାନାନ୍ତର କରାଯାଇଛି।

ମହମ୍ମଦ ଜୁବେରଙ୍କୁ ଟୁଇଟ ନକରିବାକୁ ଉତ୍ତରପ୍ରଦେଶ ସରକାରଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି, ଏହା ଜଣେ ଆଇନଜୀବୀଙ୍କୁ ତର୍କ ନକରିବାକୁ କହିବା ଭଳି ଏବଂ ଜଣେ ବ୍ୟକ୍ତିଙ୍କୁ କଥା ନହେବାକୁ ନିର୍ଦ୍ଦେଶ ଦେବା। ସେ ଯାହା ବି କରନ୍ତି, ସେ ଆଇନ ଅନୁଯାୟୀ ଦାୟୀ ରହିବେ। କିନ୍ତୁ ଆମେ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲେଖିବା ପାଇଁ ମନା କରି ପାରିବୁ ନାହିଁ ବୋଲି ଶୀର୍ଷ କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri