୧୨ରୁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର, ୯।୨(ବ୍ୟୁରୋ):  ରାଜଧାନୀରେ ପୁଣି ଚଳଚଞ୍ଚଳ ହେବ ମନ୍ଦିର ବେଢ଼ା। କୋଭିଡ୍‌ ପାଇଁ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଉଠିଥିବା ପାଚେରି ଭାଙ୍ଗିବ। ଦେବଦେବୀଙ୍କ ଦର୍ଶନ କରି ଶ୍ରଦ୍ଧାଳୁମାନେ ପୁଣି ଥରେ ଆଶୀର୍ବାଦ ଭିକ୍ଷା କରିପାରିବେ। ରାଜ୍ୟରେ କରୋନା ସଂକ୍ରମଣ କମିବା ପରେ ଆସନ୍ତା ୧୨ ତାରିଖଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ମଙ୍ଗଳବାର ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଦୁଇ ଡୋଜ୍‌ କୋଭିଡ୍‌ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ରହିଛି। ମାତ୍ର ମନ୍ଦିର ଗର୍ଭଗୃହକୁ ପ୍ରବେଶ ପାଇଁ ବାରଣ କରାଯାଇଛି। ସେହିପରି ଭଗବାନଙ୍କ ପାଖରେ ଭକ୍ତ ଭୋଗ ଲଗାଇ ପାରିବେ ନାହିଁ। ୧୫ ବର୍ଷରୁ କମ୍‌ ବୟସର ପିଲା ପରିଚୟପତ୍ର ଦେଖାଇ କିମ୍ବା ଅଭିଭାବକଙ୍କ ସହ ମନ୍ଦିରକୁ ଯାଇପାରିବେ। ତେବେ ବରିଷ୍ଠ ନାଗରିକ ଓ ଗର୍ଭବତୀଙ୍କୁ ମନ୍ଦିର ପ୍ରବେଶ ଉପରେ କଟକଣା ଲଗାଯାଇଛି। ଅପରପକ୍ଷେ ଲିଙ୍ଗରାଜ ମନ୍ଦିରରେ ପ୍ରବେଶ ପାଇଁ ମଧ୍ୟ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ମନ୍ଦିରକୁ ଏକସଙ୍ଗେ ୧୦୦ ଭକ୍ତଙ୍କ ପ୍ରବେଶ ପାଇଁ ଅନୁମତି ରହିଥିବାବେଳେ ସେମାନେ ସିଂହଦ୍ୱାରଠାରୁ ଆଡକାଠ ପର୍ଯ୍ୟନ୍ତ ଯାଇପାରିବେ। ସାହାଣ ଦର୍ଶନ ଓ ଗର୍ଭଗୃହ ଦର୍ଶନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମନ୍ଦିର ସମେତ ଅନ୍ୟାନ୍ୟ ଧର୍ମାନୁଷ୍ଠାନଗୁଡିକ ମଧ୍ୟ ଉକ୍ତ ଦିନ ଖୋଲାଯିବ। ୨ଟି ଡୋଜ ଟିକା ନେଇଥିବା ପୂଜକ, ସେବାୟତ ହିଁ ମନ୍ଦିରରେ ରହିପାରିବେ। ସେହିପରି ଧର୍ମାନୁଷ୍ଠାନରେ ପ୍ରବେଶ ସମୟରେ ସମସ୍ତ ଭକ୍ତ ମୁହଁରେ ମାସ୍କ ଲଗାଇବା ସହ ସାମାଜିକ ଦୂରତା ଅବଲମ୍ବନ କରିବେ। ଧର୍ମାନୁଷ୍ଠାନର ପରିସରରେ ପାନ, ଗୁଟ୍‌ଖା ଖାଇବା ନିଷେଧ କରାଯାଇଛି। ସମସ୍ତ ଧର୍ମାନୁଷ୍ଠାନ ବାହାରେ ସାନିଟାଇଜର ରହିବା ବାଧ୍ୟତାମୂଳକ। କରୋନା ଲକ୍ଷଣ ଥିଲେ ମନ୍ଦିର ପ୍ରବେଶ ଅନୁମତି ଦିଆଯିବ ନାହିଁ। ଫେବୃୟାରୀ ୨୮ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri