ଭୁବନେଶ୍ୱରରେ ୨୩ରୁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜଧାନୀରେ ମନ୍ଦିର ଓ ଧର୍ମାନୁଷ୍ଠାନ କଟକଣା ମଧ୍ୟରେ ଖୋଲିବ। କରୋନା ସ୍ଥିତି ତଥା ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଦେଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏନେଇ ଅନୁମତି ଦେବା ସହ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଶ୍ରଦ୍ଧାଳୁଙ୍କୁ ମନ୍ଦିର ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଥିଲେ ହେଁ ଗର୍ଭଗୃହକୁ ଯାଇପାରିବେ ନାହିଁ। ମୁହଁରେ ମାସ୍କ ପିନ୍ଧି କେବଳ ଠାକୁରଙ୍କୁ ଦର୍ଶନ କରିବେ। ଏପରି କି ଭୋଗ ଓ ନୈବେଦ୍ୟ ଅର୍ପଣ କରିପାରିବେ ନାହିଁ। ଶ୍ରଦ୍ଧାଳୁଙ୍କ ମଧ୍ୟରେ ୬ଫୁଟର ଦୂରତା ରହିବା ସହ ମନ୍ଦିର, ଚର୍ଚ୍ଚ, ମସ୍‌ଜିଦ୍‌, ଗୁରୁଦ୍ୱାରାଗୁଡିକରେ ଏକା ସାଙ୍ଗରେ ୨୫ଜଣ ଶ୍ରଦ୍ଧାଳୁଙ୍କୁ ଭିତରକୁ ଯିବାକୁ ଅନୁମତି ରହିଛି। ସେହିଭଳି ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ ସହିତ ଦ୍ୱିତୀୟ ଡୋଜ୍‌ ଟିକାକରଣ ସାର୍ଟିଫିକେଟ ଥିବା ସେବାୟତ, କର୍ମକର୍ତ୍ତାଙ୍କୁ ଧର୍ମାନୁଷ୍ଠାନରେ ଠାକୁରଙ୍କ ନୀତିକାର୍ଯ୍ୟ କରିବାକୁ ଅନୁମତି ମିଳିବ। ସମସ୍ତ ସେବାୟତ କଟକଣାକୁ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷମାନେ ପ୍ରବେଶ ଓ ପ୍ରସ୍ଥାନ ପଥରେ ଶ୍ରଦ୍ଧାଳୁଙ୍କ ହାତ ଧୋଇବା କିମ୍ବା ସାନିଟାଇଜ କରିବା ବ୍ୟବସ୍ଥା କରିବେ। ଧର୍ମାନୁଷ୍ଠାନ ଭିତରେ ଓ ବାହାରେ ଛେପ ପକାଇବା କିମ୍ବା ପାନ, ଗୁଟ୍‌ଖା ଖାଇବା ନିଷେଧ କରାଯାଇଛି। ସେହିପରି ଅସୁସ୍ଥ ବ୍ୟକ୍ତି, ଗର୍ଭବତୀ ମହିଳା, ବୟସ୍କ ଏବଂ ୧୮ ବର୍ଷରୁ କମ୍‌ ବୟସର ପିଲାଙ୍କୁ ମନ୍ଦିର ତଥା ଧର୍ମାନୁଷ୍ଠାନକୁ ଯିବାକୁ ବାରଣ କରାଯାଇଛି।
ଅନ୍ୟପକ୍ଷରେ ଉକ୍ତ ଦିନଠାରୁ ଲିଙ୍ଗରାଜ ମନ୍ଦିର ଖୋଲିବ କି ନାହିଁ ସେ ନେଇ ମନ୍ଦିର କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇ ପାରିବେ। ଏକା ସାଙ୍ଗରେ ୧ଶହ ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ। ସେଠାରେ ମଧ୍ୟ ମନ୍ଦିର ଗର୍ଭ ଗୃହକୁ ପ୍ରବେଶ ପାଇଁ ଅନୁମତି ନାହିଁ। କୌଣସି ସେବାୟତ ଭକ୍ତଙ୍କୁ ନେଇ ଗର୍ଭଗୃହରେ ଦର୍ଶନ କରାଇ ପାରିବେ ନାହିଁ। ଭିଡ ନିୟନ୍ତ୍ରଣ ପାଇଁ ବିଏମ୍‌ସି ପକ୍ଷରୁ ମନ୍ଦିର ପାର୍ଶ୍ୱରେ ବ୍ୟାରିକେଡ ସହ ଅନାଧିକାର ପ୍ରବେଶକୁ ରୋକିବା ପାଇଁ ପୋଲିସ ମୁତୟନ କରାଯିବ। କୌଣସି ସ୍ଥାନରେ ଏହାର ଖିଲାପ ହେଲେ ସମ୍ପୃକ୍ତ ଧର୍ମାନୁଷ୍ଠାନରେ ଶ୍ରଦ୍ଧାଳୁଙ୍କ ଆଗମନ ଉପରେ ପ୍ରତିବନ୍ଧକ ଲଗାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ୭ ତାରିଖରେ ବିଏମ୍‌ସି କମିଶନର ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ୨୩ରୁ ରାଜଧାନୀ ଭୁବନେଶ୍ୱରରେ ମନ୍ଦିର ସମେତ ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ବିଭିନ୍ନ ଧର୍ମାନୁଷ୍ଠାନର କର୍ମକର୍ତ୍ତା ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?