ଖୋର୍ଦ୍ଧାରେ ଖୋଲିବ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୬।୮: ଆସନ୍ତା ୯ତାରିଖରୁ ଖୋର୍ଦ୍ଧା ଜିଲାରେ (ବିଏମ୍‌ସିକୁ ବାଦ୍‌ ଦେଇ) ସମସ୍ତ ଧାର୍ମିକ ଅନୁଷ୍ଠାନ, ମଠ, ମନ୍ଦିର ଖୋଲିବ। କୋଭିଡ୍‌ କଟକଣା କୋହଳ ପରେ ଦୀର୍ଘ ୩ମାସର ପ୍ରତୀକ୍ଷାର ଅନ୍ତ ଘଟିଛି। ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରୁ କଟକଣା ହଟିଛି। ଗୁରୁବାର ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କାର୍ଯ୍ୟାଳୟରେ ଅନୁଷ୍ଠିତ ଏ ସଂକ୍ରାନ୍ତ ବୈଠକରେ ଧାର୍ମିକ ଅନୁଷ୍ଠାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ ମନୋଜ ପାଢୀ ଅଧ୍ୟକ୍ଷତା କରିଥିଲେ। ଅତିରିକ୍ତ ଜିଲାପାଳ (ରାଜସ୍ବ) ଅନୁଜ ଦାସପଟ୍ଟନାୟକ, ଉପଜିଲାପାଳ ଆଇ.ଗୌରବ ଶିବାଜୀ ପ୍ରମୁଖ ଉପସ୍ଥିତ ଥିଲେ। କୋଭିଡ ନିୟମ ପାଳନ ସହ ମଠ, ମନ୍ଦିର, ଧାର୍ମିକ ଅନୁଷ୍ଠାନ ଖୋଲାରହିବ। ଭକ୍ତମାନେ ସକାଳ ୬ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ କରିବାର ସୁଯୋଗ ପାଇବେ। ବିଧି ପରମ୍ପରା ଅନୁଯାୟୀ ନୀତିକାନ୍ତି ଚାଲିବ। କୌଣସି ଭକ୍ତ ମନ୍ଦିରକୁ ଭୋଗ ନେଇ ଯାଇପାରିବେ ନାହିଁ କି ମନ୍ଦିର ପରିସରରେ ପ୍ରସାଦ ସେବନ କରିପାରିବେ ନାହିଁ। ପରିସରକୁ ବିଶୋଧନ କରାଯିବ। ପ୍ରବେଶ ପଥରେ ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ହେବ। ମାସ୍କ ଏବଂ ସାମାଜିକ ଦୂରତା ବାଧ୍ୟତାମୂଳକ କରାଯାଇଛି। ଶିଶୁ ଓ ୬୫ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଛି। କୋଭିଡ୍‌ ନିୟମ ପାଳନକୁ ମନ୍ଦିର ପରିଚାଳନା କମିଟି ତଦାରଖ କରିବେ। ଭିଡ଼ ନିୟନ୍ତ୍ରଣ, ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ଦୃଷ୍ଟି ଦିଆଯିବ।
ଏହି ବୈଠକରେ ଖୋର୍ଦ୍ଧା ତହସିଲଦାର ପଦ୍ମଚରଣ ସାହୁ, ସଦର ଏସ୍‌ଡିପିଓ ସୁଶିଲ ମିଶ୍ର, ବାଲୁଗାଁ ଏସ୍‌ଡିପିଓ ମାନସ ବାରିକଙ୍କ ସମେତ ସମସ୍ତ ବିଡିିଓ, ତହସିଲଦାର ଉପସ୍ଥିତ ଥିଲେ। ବାଣପୁର ଭଗବତୀ ମନ୍ଦିର, ଭୁଷଣ୍ଡପୁର ଉଗ୍ରତାରା, ଗୁରୁଜଙ୍ଗ ଧବଳେଶ୍ୱର ପୀଠ, ଜାଗୁଳିପାଟଣା ଜଗନ୍ନାଥ ମନ୍ଦିର, ବରୁଣେଇ ପୀଠ, କାଇପଦର ପୀରବାବା ପୀଠ, କେରଙ୍ଗ ମସଜିଦ୍‌, ବାପିଷ୍ଟ ଚର୍ଚ୍ଚ ପ୍ରଭୃତିର ପରିଚାଳନା କମିଟି ସଦସ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?