Posted inଜାତୀୟ

ବିନା ଅନୁମତିରେ ଧାର୍ମିକ ଶୋଭାଯାତ୍ରା ମନା

ଲକ୍ଷ୍ନୌ,୧୯।୪:ଉତ୍ତରପ୍ରଦେଶର ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ବିନା ଅନୁମତିରେ କୌଣସି ଶୋଭାଯାତ୍ରା ଏବଂ ଧାର୍ମିକ ଶୋଭାଯାତ୍ରା ଉପରେ ନିଷେଧାଦେଶ ଜାରି କରାଯାଇଛି। ଆୟୋଜକମାନଙ୍କୁ ଏଥିପାଇଁ ପ୍ରଥମେ ଅନୁମତି ନେବାକୁ ପଡିବ। ଏହା ସହିତ ଆୟୋଜକମାନଙ୍କୁ ମଧ୍ୟ ଶୋଭାଯାତ୍ରା ସମୟରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରିବା ପାଇଁ ଏକ ଆଫିଡେଭିଟ ଦେବାକୁ ପଡିବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଯଦି କେହି ନିୟମ ଉଲ୍ଲଂଘନ କରନ୍ତି, ତା’ହେଲେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ କୁହାଯାଇଛି।
ସୂଚନାଯୋଗ୍ୟ,ଗତ କିଛି ଦିନ ହେବ ରାମ ନବମୀ ଠାରୁ ନବରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟରେ ଧାର୍ମିକ ଶୋଭାଯାତ୍ରା ସମୟରେ ହିନ୍ଦୁ ଏବଂ ମୁସଲମାନମାନଙ୍କ ମଧ୍ୟରେ ହିଂସା ମାମଲା ରୁଜୁ ହୋଇଥିଲା। ଯଦିଓ ଉତ୍ତରପ୍ରଦେଶରେ ଏଭଳି ପରିସ୍ଥିତି ଉପୁଜିନାହିଁ, କିନ୍ତୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?