ଧାର୍ମିକ, ପର୍ଯ୍ୟଟନ କ୍ଷେତ୍ର ଅବହେଳିତ

କେନ୍ଦ୍ରାପଡ଼ା, ୨୦ା୮(ଜଗନ୍ନାଥ ଧଳ)ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ ଏହାକୁ ଏକ ଶିଳ୍ପର ମାନ୍ୟତା ପାଇଁ ଉଦ୍ୟମ ହୋଇନାହିଁ। ପର୍ଯ୍ୟଟନ ସହିତ କର୍ମନିଯୁକ୍ତିକୁ ଯୋଡ଼ିବାକୁ ସ୍ଥାନୀୟ ପ୍ରଶାସକ ଓ ରାଜନେତା ସମ୍ବେଦନଶୀଳ ନୁହନ୍ତି। ଜାତୀୟ ଉଦ୍ୟାନ ଭିତରକନିକାର ସାମୁଦ୍ରିକ ଉଦ୍ୟାନରେ ବିରଳ ଅଲିଭ ରିଡ୍‌ଲେ କଇଁଛ, ଡଲ୍‌ଫିନ, ବିଦେଶାଗତ ପକ୍ଷୀଙ୍କ ସମାହାର ହେଉଥିବା ବେଳେ ଏହାକୁ ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ବ୍ୟବହାର ହେଉନାହିଁ। ଧାର୍ମିକ ସ୍ଥଳର ଉନ୍ନତୀକରଣର ଆବଶ୍ୟକତା ଥିବା ବେଳେ ବିଭିନ୍ନ କାରଣରୁ ଭିତରକନିକା ଜାତୀୟ ଉଦ୍ୟାନ ମାନ୍ୟତାରୁ ବଞ୍ଚତ୍ତ ହେବା ସମ୍ଭାବନା ଦେଖାଦେଇଛି।
ସମ୍ପର୍କରେ ସାମାଜିକ କର୍ମୀ ଗୌତମ କୁମାର ବେହେରା କହିଛନ୍ତି, ଇଚ୍ଛାପୁରର ଶ୍ରୀବଳଦେବଜୀଉ, ସହରର ଗୋବିନ୍ଦଜୀଉ, ତମାଳଶାସନର ଦଧିବାମନଜୀଉ, ସନ୍ଥପୁରାର ଶିବମନ୍ଦିର, ଆଳିର ଲକ୍ଷ୍ମୀବରାହଜୀଉ ମନ୍ଦିର, କୁଦାନଗରୀ, ସଖୀବଟ, ଗଦାଧର ପୀଠ, କର୍ତ୍ତେଶ୍ୱର ମନ୍ଦିର, ଅନ୍ଧବର, ଗୋଠେଶ୍ୱର ପୀଠ, ହୁକିଟୋଲା ବତୀଘର ଆଦିକୁ ରାଜ୍ୟ ପର୍ଯ୍ୟଟନ ସ୍ଥଳର ମାନ୍ୟତା ମିଳିଛି। ଏସବୁ କ୍ଷେତ୍ର ଜିଲାରେ ପର୍ଯ୍ୟଟନ ସ୍ଥଳ ବୋଲି ଅଧିକାଂଶ ଜିଲାବାସୀ ଅଜ୍ଞାତ ଅଛନ୍ତି। ପ୍ରଚାର ପ୍ରସାର ସହ ପର୍ଯ୍ୟଟନ ସ୍ଥଳକୁ ଭଲ ରାସ୍ତା ନାହିଁ। ଗୋପ, ମଥୁରା, ବୃନ୍ଦାବନ ଆଦି ଅଞ୍ଚଳରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ସମ୍ପର୍କରେ ବୈଷୟିକ ଜ୍ଞାନକୌଶଳରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶିତ କରାଯାଉଛି, ଯାହା ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ସହିତ ପର୍ଯ୍ୟଟକଙ୍କ ଭିଡ଼ ବଢ଼ୁଛି। ଏହି ଜିଲାରେ ମଧ୍ୟ ଶ୍ରୀବଳଦେବଜୀଉଙ୍କ ବିଭିନ୍ନ ଲୀଳାକୁ ପ୍ରଦର୍ଶନ କରାଯାଇ ଆର୍ଥିକ ବିକାଶ କରାଯାଇ ପାରିବ। ଗବେଷକ ଡ. ସର୍ବେଶ୍ୱର ସେଣ କହିଛନ୍ତି, ରାଜନଗର ବ୍ଲକ ରିଘାଗଡ଼ର ବଳଦେବଜୀଉ ମନ୍ଦିର, ରାଜକନିକାର ଗୋକର୍ଣ୍ଣେଶ୍ୱର ମନ୍ଦିର, ସିକୋର ଅଷ୍ଟଶମ୍ଭୁ, ଡେରାବିଶର ଦଧିବାମନଜୀଉ, ପଟ୍ଟାମୁଣ୍ଡାଇର ଛୁଆଳିଆ ଆଦି ରାଜ୍ୟ ପର୍ଯ୍ୟଟନସ୍ଥଳ ମାନ୍ୟତା ଅପେକ୍ଷାରେ ଅଛି। ଏହା ବ୍ୟତୀତ ଜିଲାର ବିଭିନ୍ନ ସ୍ଥାନରେ ଥିବା ମତ୍ସେନ୍ଦ୍ରନାଥ, ଶୈଳନାଥ ସମାଧି, ଇଚ୍ଛନାଥ ସମାଧି ସହ ବୌଦ୍ଧଧର୍ମର ପ୍ରତୀକ ଚକ୍ରପାଣି, ସ୍ଥିରଚକ୍ର ମଞ୍ଜୁଶ୍ରୀ, ଅବଲୋକିତ୍ତିଶ୍ୱର, ତାରା ଆଦି ମୂର୍ତ୍ତିର ରକ୍ଷଣାବେକ୍ଷଣ ନାହିଁ। ଏହା ବ୍ୟତୀତ ପୁରୁଣା ବସ୍‌ଷ୍ଟାଣ୍ଡରେ ଥିବା ଡାଇମଣ୍ଡ ଜୁବିଲି ପାଠାଗାର, ସୂର୍ଯ୍ୟଘଡ଼ି, ନୋଳସାହି ରାଜ ନଅର, ଆଳି ନଅର, ଜମ୍ବୁଦ୍ୱୀପ ନଅର ଆଦି ଏହି ଜିଲାରେ ଥିଲେ ମଧ୍ୟ ପର୍ଯ୍ୟଟନ ବିଭାଗର ଅବହେଳାର ଶିକାର ହୋଇଛି। କେନ୍ଦ୍ର ସରକାରଙ୍କ ସ୍ବଦେଶ ଦର୍ଶନରେ କେନ୍ଦ୍ରାପଡ଼ା ଜିଲା ସାମିଲ ହେବା ସହିତ ଐତିହ୍ୟ ସାମଗ୍ରୀ ରଖିବା ପାଇଁ ମ୍ୟୁଜିୟମ ଆବଶ୍ୟକ। ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ଭିତରକନିକାର ଲୁଣା ଧଳା କୁମ୍ଭୀର ଗୋରୀ ଓ ଅଲିଭ ରିଡ୍‌ଲେ କଇଁଛ ଓଲି ମାସ୍‌କଟ ଭାବେ ବ୍ୟବହାର ହୋଇଛି। ଇକୋ ରିଟ୍ରିଟ୍‌ ଆୟୋଜନ କରାଯାଇ ଏହି ଜାତୀୟ ଉଦ୍ୟାନ ପ୍ରତି ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ତେବେ ବର୍ଷସାରା ଜାତୀୟ ଉଦ୍ୟାନ ଭିତରକନିକାରେ ପର୍ଯ୍ୟଟକଙ୍କ ପାଇଁ ଭିତ୍ତିଭୂମି ପ୍ରସ୍ତୁତ ହୋଇନାହିଁ। ମଧୁରପାଣିର ଅଭାବ, ତଟକ୍ଷୟ, ଚିଙ୍ଗୁଡ଼ିଘେରି, ଭିତରକନିକା ଆଭ୍ୟନ୍ତର ଅଞ୍ଚଳରୁ ଲୋକବସତିକୁ ସ୍ଥାନାନ୍ତର, ଇକୋ ସେନ୍‌ସେଟିଭ ଜୋନ୍‌ର ପରିଚାଳନା ଆଦିରେ ଛନ୍ଦି ହୋଇଛି। ପ୍ରଶାସକ ଓ ରାଜନେତା ଏଥିପ୍ରତି ସମ୍ବେଦନଶୀଳ ନୁହନ୍ତି। ଫଳରେ ଭିତରକନିକା ୨୦୧୭ରେ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇପାରି ନ ଥିବା ବେଳେ ଏବେ ଜାତୀୟ ଉଦ୍ୟାନ ମାନ୍ୟତା ହରାଇବାକୁ ଯାଉଛି। ଶିକ୍ଷାବିତ୍‌ ଭୁବନମୋହନ ଜେନା କହିଛନ୍ତି, ଜିଲାର ଆର୍ଥିକ ବିକାଶରେ ପର୍ଯ୍ୟଟନ ଶିଳ୍ପ ସହାୟକ ହୋଇପାରିବ। ଧାର୍ମିକ ପୀଠର ଉନ୍ନତୀକରଣ ଓ ପ୍ରଚାର ପ୍ରସାରର ଆବଶ୍ୟକତା ଅଛି। ସେହିପରି ପ୍ରାକୃତିକ ପରିବେଶର ଉପଯୋଗ ଦରକାର। ଗାଇଡ୍‌, ଫଟୋଗ୍ରାଫି, କୁଟୀର ଶିଳ୍ପର ମଣ୍ଡିଠାରୁ ଆରମ୍ଭ କରି ବେଳାଭୂମିକୁ ପର୍ଯ୍ୟଟକ ଉପଯୋଗୀ ଭିତ୍ତିଭୂମିର ବିକାଶ ଦ୍ୱାରା ଜିଲାର ଅର୍ଥନୈତିକ ବିକାଶ ହେବ। ମହୁ, ଝୁଣା ଆଦି ବନଜାତ ଦ୍ରବ୍ୟକୁ ଯୁବବର୍ଗଙ୍କ କର୍ମନିଯୁକ୍ତି ସହ ଯୋଡ଼ିବାକୁ ପଡ଼ିବ। ବିଶ୍ୱବିଦ୍ୟାଳୟ ଏବଂ ଗବେଷଣାଗାର ସାମୁଦ୍ରିକ ଓ ବନ୍ୟଜୀବ ସମ୍ପର୍କରେ ଶିକ୍ଷାକୁ ପ୍ରୋତ୍ସାହିତ କରିବ। ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମ ସହ ସରକାରୀ ପ୍ରୋତ୍ସାହନରେ ଜିଲାର ବିଭବକୁ ଅଧିକ ପ୍ରଚାର ପ୍ରସାର କରାଗଲେ ଆର୍ଥିକ ବିକାଶ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri