ସରିଲା ରିମାଣ୍ଡ, ଆଜି କୋର୍ଟରେ ହାଜର

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୭।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ଭାଇଙ୍କ ପରିବାରର ସମସ୍ତ ୫ ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନ ଭାଇ ଶିବ ପ୍ରସାଦ ସାହୁଙ୍କ ୩ଦିନିଆ ରିମାଣ୍ଡ ଅବଧି ଶନିବାର ଶେଷ ହୋଇଛି। ରବିବାର ତାଙ୍କୁ କୋର୍ଟରେ ହାଜର କରାଯିବାସହ ଆବଶ୍ୟକ ପଡ଼ିଲେ ଆଉଥରେ ରିମାଣ୍ଡରେ ଆଣିବାକୁ ଆବେଦନ କରାଯାଇପାରେ ବୋଲି ପୋଲିସ କହିଛି। ତେବେ ରିମାଣ୍ଡର ତୃତୀୟ ତଥା ଅନ୍ତିମ ଦିନରେ ପୋଲିସ ସିନ୍‌ ରିକ୍ରିଏଶନ ପାଇଁ ମାହାଙ୍ଗା ଥାନାରୁ ବାଲିଚନ୍ଦ୍ରପୁର ହାଟକୁ ନେଇଥିଲା। ହତ୍ୟାକାଣ୍ଡରେ ଶିବ ଯେଉଁ କଟୁରି ବ୍ୟବହାର କରିଥିଲେ ତାକୁ ଘଟଣା ପୂର୍ବରୁ ପଜାଇ ଥିବା କମାର ଶାଳକୁ ନେଇ ସିନ୍‌ ରିକ୍ରିଏଶନ କରାଯାଇଥିଲା। କଟୁରି ପଜାଇବା ପରେ ତାକୁ କିଭଳି ସତର୍କତାର ସହ ଆଣି ଘରେ ରଖିଥିଲେ ସେନେଇ ଶିବ ପୋଲିସକୁ କହିଥିଲେ। ଶନିବାର ରିମାଣ୍ଡ ସରିବାକୁ ଥିବାରୁ ଘଟଣାରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ସମ୍ପର୍କରେ ପୋଲିସ ବାରମ୍ବାର ପ୍ରଶ୍ନ କରିଥିଲେ ସୁଦ୍ଧା ସେ ଏକମାତ୍ର ହତ୍ୟାକରୀ ବୋଲି ଶିବ କହିଥିବା ଜଣାପଡ଼ିଛି।
ଘଟଣା ସମ୍ପର୍କରେ ମାହାଙ୍ଗା ଥାନା ଅଧିକାରୀ ନୀହାର ମହାନ୍ତିଙ୍କୁ ପ୍ରଶ୍ନ କରିବାରୁ ସେ ତଦନ୍ତ ଚାଲିଛି ବୋଲି କହି କଥାକୁ ଏଡ଼ାଇ ଦେଇଛନ୍ତି। ଅପରପକ୍ଷରେ ଶିବଙ୍କ ସ୍ତ୍ରୀ ଓ ଶ୍ୱଶୁର ଘର ଲୋକଙ୍କ ଘଟଣାରେ ସମ୍ପୃକ୍ତି ଅଛିକି ନାହିଁ ସେନେଇ ପୁଙ୍ଖାନୁପୁଙ୍ଖ ତଦନ୍ତର ଆବଶ୍ୟକତା ରହିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ସୂଚନା ଥାଉକି ସମ୍ପତ୍ତି ବିବାଦକୁ ନେଇ ଗତ ସୋମବାର ରାତିରେ କୁସୁପୁର ଗ୍ରାମର ଶିବ ପ୍ରସାଦ ସାହୁ ତାଙ୍କ ବଡ଼ ଭାଇ, ଭାଉଜ, ଝିଆରୀ ଓ ୨ ପୁତୁରାଙ୍କୁ କଟୁରିରେ ହାଣି ହତ୍ୟା କରିଥିଲେ। ପରେ ମଙ୍ଗଳବାର ଘଟଣା ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଜାରି କରିବା ସହ ବାଲିଚନ୍ଦ୍ରପୁର ଥାନାରେ ଆମତ୍ସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri