Posted inରାଜ୍ୟ

୪ ଦିନିଆ ରିମାଣ୍ଡରେ ଗଲେ ବିରଞ୍ଚି: ଖୋଲିବ ଗୁମର

ଭୁବନେଶ୍ୱର,୩।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନାରାୟଣ ସାହୁଙ୍କୁ ମଙ୍ଗଳବାର ୪ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ତାଙ୍କୁ ରିମାଣ୍ଡରେ ନେବା ପାଇଁ ଭିଜିଲାନ୍ସ ପକ୍ଷରୁ ଆବେଦନ କରାଯାଇଥିଲା, ଯାହାକୁ ଅନୁମତି ଦେଇଛନ୍ତି ସ୍ବତନ୍ତ୍ର କୋର୍ଟ।

ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ପଛରେ ଓଏସ୍‌ଏସ୍‌ସି ନିଯୁକ୍ତି ଲିଙ୍କ୍‌ ଅଛି କି ନାହିଁ ଜାଣିବା ପାଇଁ ଭିଜିଲାନ୍ସ ଖୋଳତାଡ଼ କରିବ। ପଚରାଉଚରା ପରେ କଳା ଟଙ୍କା କାରବାର ଓ ଚାକିରି ର଼୍ୟାକେଟର ଖୋଲିପାରେ ଗୁମର। ସେହିପରି ମଙ୍ଗଳବାର ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଛି। ଭିଜିଲାନ୍ସର ଦୁଇଜଣ ଅଧିକାରୀ ପ୍ରାୟ ୨ଘଣ୍ଟା ଧରି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ। କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା କୁହାଯାଉଛି। ତେବେ ତଦନ୍ତ ଜାରି ରହିଥିବାରୁ ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।

ଅନ୍ୟପକ୍ଷରେ ସୋମବାର କାର୍ଯ୍ୟରୁ ନିଲମ୍ବିତ ହେବା ପରେ ବିରଞ୍ଚତ୍ଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର। ଏହି ଘଟଣାରେ ଭିଜିଲାନ୍ସ ମାମଲା ନଂ.୧୬/୨୧ ରୁଜୁ କରି ତଦନ୍ତ ଜାରି ରଖିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବିରଞ୍ଚତ୍ ମୁଖ୍ୟ ଅଭିଯୁକ୍ତ ଥିବାବେଳେ ତାଙ୍କ ସ୍ତ୍ରୀ, ଶଡ଼ୁ ଏବଂ ଅନ୍ୟମାନେ ସହଯୋଗୀ ଥିବା ଦର୍ଶାଇ ଭିଜିଲାନ୍ସ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri