Posted inରାଜ୍ୟ

୪ ଦିନିଆ ରିମାଣ୍ଡରେ ଗଲେ ବିରଞ୍ଚି: ଖୋଲିବ ଗୁମର

ଭୁବନେଶ୍ୱର,୩।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍ ନାରାୟଣ ସାହୁଙ୍କୁ ମଙ୍ଗଳବାର ୪ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ତାଙ୍କୁ ରିମାଣ୍ଡରେ ନେବା ପାଇଁ ଭିଜିଲାନ୍ସ ପକ୍ଷରୁ ଆବେଦନ କରାଯାଇଥିଲା, ଯାହାକୁ ଅନୁମତି ଦେଇଛନ୍ତି ସ୍ବତନ୍ତ୍ର କୋର୍ଟ।

ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ପଛରେ ଓଏସ୍‌ଏସ୍‌ସି ନିଯୁକ୍ତି ଲିଙ୍କ୍‌ ଅଛି କି ନାହିଁ ଜାଣିବା ପାଇଁ ଭିଜିଲାନ୍ସ ଖୋଳତାଡ଼ କରିବ। ପଚରାଉଚରା ପରେ କଳା ଟଙ୍କା କାରବାର ଓ ଚାକିରି ର଼୍ୟାକେଟର ଖୋଲିପାରେ ଗୁମର। ସେହିପରି ମଙ୍ଗଳବାର ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଛି। ଭିଜିଲାନ୍ସର ଦୁଇଜଣ ଅଧିକାରୀ ପ୍ରାୟ ୨ଘଣ୍ଟା ଧରି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ। କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା କୁହାଯାଉଛି। ତେବେ ତଦନ୍ତ ଜାରି ରହିଥିବାରୁ ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।

ଅନ୍ୟପକ୍ଷରେ ସୋମବାର କାର୍ଯ୍ୟରୁ ନିଲମ୍ବିତ ହେବା ପରେ ବିରଞ୍ଚତ୍ଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର। ଏହି ଘଟଣାରେ ଭିଜିଲାନ୍ସ ମାମଲା ନଂ.୧୬/୨୧ ରୁଜୁ କରି ତଦନ୍ତ ଜାରି ରଖିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବିରଞ୍ଚତ୍ ମୁଖ୍ୟ ଅଭିଯୁକ୍ତ ଥିବାବେଳେ ତାଙ୍କ ସ୍ତ୍ରୀ, ଶଡ଼ୁ ଏବଂ ଅନ୍ୟମାନେ ସହଯୋଗୀ ଥିବା ଦର୍ଶାଇ ଭିଜିଲାନ୍ସ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri