ଅଂଶୁଘାତର ପ୍ରତିକାର

ଚିକିତ୍ସା ଶାସ୍ତ୍ର ମତାନୁଯାୟୀ ଛୋଟ ପିଲାମାନଙ୍କ ଶରୀରରେ ହାରାହାରି ତାପମାତ୍ରା ୯୭.୯ ଡିଗ୍ରୀ ଫାରେନାଇଟ(୩୬.୬ଡିଗ୍ରୀ ସେଲସିୟସ୍‌)ରୁ ୯୯ ଡିଗ୍ରୀ ଫାରେନାଇଟ (୩୭.୨ଡିଗ୍ରୀ ସେଲସିୟସ୍‌) ଏବଂ ପ୍ରାପ୍ତ ବୟସ୍କ (୬୫ ବର୍ଷରୁ ଅଧିକ) ଲୋକଙ୍କଠାରେ ହାରାହାରି ତାପମାତ୍ରା ୯୮.୭ ଡିଗ୍ରୀ ଫାରେନାଇଟ(୩୭ ଡିଗ୍ରୀ ସେଲସିୟସ୍‌) ରହିବା ଉଚିତ। ଜଳବାୟୁର ପରିବର୍ତ୍ତନ ହେତୁ ତାପମାତ୍ରା ବୃଦ୍ଧି ପାଇବା ସହ ଶରୀରରେ ସ୍ବାଭାବିକ ସ୍ଥିତି ବିଗିଡ଼ି ଯାଇ ବେଳେବେଳେ ସୁସ୍ଥ ବ୍ୟକ୍ତି ନିମ୍ନ ରକ୍ତଚାପ, ନିଃଶ୍ୱାସ ପ୍ରଶ୍ୱାସରେ ପ୍ରଖରତା, ନାଡ଼ିର ଗତି ବୃଦ୍ଧି ପାଇବା, ପରିସ୍ରାର ପରିମାଣ କମି ହଳଦିଆ ବର୍ଣ୍ଣ ହେବା ସହ ଶରୀରର ମାଂସପେଶୀ ଅକୁଞ୍ଚନ ହେବା ସହ ଯନ୍ତ୍ରଣା ଅନୁଭବ ହେବା, ମୁଣ୍ଡ ବିନ୍ଧିବା, ଦୁର୍ବଳ ଲାଗିବା ଆଦି ଅଂଶୁଘାତର ଲକ୍ଷଣ ଦେଖାଦେଇଥାଏ। ରୋଗୀର ପରିସ୍ଥିତିକୁ ନିୟନ୍ତ୍ରଣ ନିମନ୍ତେ ତୁରନ୍ତ ଚିକିତ୍ସା କେନ୍ଦ୍ରକୁ ନେଇ ଡାକ୍ତରଙ୍କ ପରାମର୍ଶରେ ରୋଗୀର ଉପଶମ କରାଇବା ଆବଶ୍ୟକ।
ସାଧାରଣତଃ ନିମ୍ନ ରକ୍ତଚାପ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ବ୍ୟକ୍ତି, ମଧୁମେହ, ଯକ୍ଷ୍ମାରେ ସଂକ୍ରମିତ ରୋଗୀ, ଦୁର୍ବଳ ବ୍ୟକ୍ତି, ଛୋଟ ପିଲା, ବୃଦ୍ଧ ବୃଦ୍ଧା, ଗର୍ଭବତୀ, ଖରାରେ ଅଧିକ ସମୟ ରହି କାର୍ଯ୍ୟ କରୁଥିବା ବ୍ୟକ୍ତି, ଅଧିକ ମୋଟା ଥିବା ବ୍ୟକ୍ତି, ଦୀର୍ଘଦିନ ଧରି ରୋଗରେ ପୀଡ଼ିତ ବ୍ୟକ୍ତିମାନେ ଗ୍ରୀଷ୍ମ ଋତୁରେ ଅଧିକ ସତର୍କତା ଅଲମ୍ବନ କରିବା ନିହାତି ଜରୁରୀ। ନଚେତ ଅଂଶୁଘାତ ହେବାର ଅଧିକ ଆଶଙ୍କା ରହିଥାଏ।
ସାମ୍ପ୍ରତିକ ପରିସ୍ଥିତିରେ ଦିନକୁ ଦିନ ପ୍ରତିବର୍ଷ ସୂର୍ଯ୍ୟଙ୍କ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବାର ପରିଲକ୍ଷିତ ହେଉଛି। ଜଙ୍ଗଲରୁ ବୃକ୍ଷ ହ୍ରାସ ପାଇବା, କଳକାରଖାନା ଏବଂ ଗଁା ଆଦିରୁ ନିର୍ଗତ ଅଙ୍ଗାରକାମ୍ଳ ବାଷ୍ପ ଦ୍ୱାରା ଜଳବାୟୁରେ ଉତ୍ତାପ ବୃଦ୍ଧି ଘଟିଥାଏ। ଯଦ୍ଦ୍ବାରା ଜଳବାୟୁରେ ଅସ୍ବାଭାବିକ ଗରମ ଅନୁଭୂତ ହୋଇ ମନୁଷ୍ୟ ଅଂଶୁଘାତର ଶିକାର ହେବାର ଆଶଙ୍କା ଅଧିକ ରହିଥାଏ। ଏହି ସମସ୍ତ ବିଷୟକୁ ଆମେ ଅନୁଭବ କରି ଅଂଶୁଘାତଠାରୁ ଦୂରେଇ ରହିବା ପାଇଁ ନିଜେ ସତର୍କତା ଅବଲମ୍ବନ କରିବା ସହ ନିଜ ପରିବାର ତଥା ସମାଜର ସବୁ ସ୍ତରରେ ‘ଅଂଶୁଘାତ’ ସତର୍କତା ଓ ସଚେତନତାର ବାର୍ତ୍ତା ଜାରି ରଖିବା ଆବଶ୍ୟକ ଅଟେ। ଆସନ୍ତୁ ଆମେ ସମସ୍ତେ ଏକ ହୋଇ ହାତକୁ ହାତ ମିଶାଇ ଆମ ପରିବେଶକୁ ସବୁଜ ବନାନୀ କରିବା।

(ଶେଷ ଭାଗ)
-ଡା. ବସନ୍ତ କୁମାର ଷଡ଼ଙ୍ଗୀ
ମୋ: ୭୮୯୪୧୧୨୪୮୭


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri