Posted inଖେଳ

କଟା ଘା’ରେ ଚୂନ ଲଗାଇଲେ ଏହି ଦୁଇ କ୍ରିକେଟର୍‌

ଚେନ୍ନାଇ,୯।୨: ଚେନ୍ନାଇ ଟେଷ୍ଟରେ ଟିମ ଇଣ୍ଡିଆକୁ ଶେଚନୀୟ ଭାବେ ପରାସ୍ତ କରିଛି ଇଂଲଣ୍ଡ। ଏହା ପରେ ଇର ପୂର୍ବତନ ଖେଳାଳିମାନେ ଟିମ ଇଣ୍ଡିଆକୁ ଟାର୍ଗେଟ କରିବାକୁ କୌଣସି ସୁଯୋଗ ହାତଛଡା କରି ନ ଥିଲେ। ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ କେଭିନ ପିଟରସେନ ଏବଂ ମାଇକେଲ ଭନ ଭାରତୀୟ ଦଳର ପ୍ରଦର୍ଶନ ଦେଖି ଇଂଲଣ୍ଡକୁ ଏକ ଶକ୍ତିଶାଳୀ ଦଳ ବୋଲି ବର୍ଣ୍ଣନା କରିଥିଲେ। କେଭିନ ପିଟରସେନ ହିନ୍ଦୀରେ ଟୁଇଟ୍‌ କରି କଟା ଘା’ରେ ଚୂନ ଲଗାଇବା ଭଳି କଥା କହିଛନ୍ତି। କେଭିନ ପିଟରସେନ ଟୁଇଟ୍‌ରେ ଲେଖିଛନ୍ତି, ଭାରତ, ମନେଅଛି ଅଷ୍ଟ୍ରେଲିଆକୁ ପରାସ୍ତ କରିବା ପରେ ଏତେ ଉତ୍ସବ ପାଳନ ନ କରିବାକୁ ମୁଁ ଆଗରୁ ଚେତାବନୀ ଦେଇଥିଲି। ସେହିପରି ମାଇକେଲ ଭନ ଇଂଲଣ୍ଡର ବିଜୟ ପରେ ଦଳର ପ୍ରଦର୍ଶନକୁ ପ୍ରଶଂସା କରିଥିଲେ ଏବଂ ବିରାଟ କୋହଲିଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ଭାରତର ଖେଳ ଆଦୌ ଭଲ ନ ଥିଲା କାରଣ ଇଂଲଣ୍ଡ ସେମାନଙ୍କୁ କିଛି କରିବାକୁ ଦେଇ ନ ଥିଲା। ଟସ ଜିତିବା ଏକ ବଡ କଥା ଥିଲା, କିନ୍ତୁ ଏହାକୁ ସଠିକ ଭାବରେ ବ୍ୟବହାର କରିବା ମଧ୍ୟ ଏକ ମ୍ୟାଚ ବିଜେତା କରିଥାଏ। ଟେଷ୍ଟ ଅଧିନାୟକ ଭାବରେ ବିରାଟ କୋହଲିଙ୍କ କ୍ରମାଗତ ଚତୁର୍ଥ ପରାଜୟ। ଇଂଲଣ୍ଡ ବ୍ୟାଟିଂ, ବୋଲିଂ ଏବଂ ଫିଲ୍ଡିଂ ଏହି ତିନୋଟି ଫ୍ରଣ୍ଟରେ ଭାରତ ଅପେକ୍ଷା ଭଲ ପ୍ରଦର୍ଶନ କରି ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri