Posted inଜାତୀୟ

ମନେ ପଡନ୍ତି କଲାମ

ନୂଆଦିଲ୍ଲୀ,୨୭ ।୭: ଜଣେ ମହାନ ବିଚାରକ, ଲେଖକ ଓ ବୈଜ୍ଞାନିକ ତଥା ଦେଶର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କର ସପ୍ତମ ଶ୍ରାଦ୍ଧ ବାର୍ଷିକୀରେ ସାରା ଦେଶ ତାଙ୍କୁ ମନେପକାଇଛି । ଆଜି ଯଦିଓ ସେ ଆମ ଗହଣରେ ନାହାନ୍ତି ତଥାପି ତାଙ୍କ ଆଦର୍ଶଭରା ଜୀବନ ପ୍ରତିଟି ଦେଶବାସୀଙ୍କୁ ଜୀବନରେ ଅଗ୍ରସର ହେବା ଓ ସଫଳତାର ସିଡି ଚଢିବାକୁ ପ୍ରେରଣା ଯୋଗାଇବ ନିଶ୍ଚୟ ।
ଜଣେ ଏରୋସ୍ପେଶ ବୈଜ୍ଞାନିକ ହୋଇଥିବା ବେଳେ କଲାମ ଦେଶର ୧୧ ତମ ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ତୁଲାଇଥିଲେ । ଦେଶର ପ୍ରତିରକ୍ଷା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ(ଡିଆରଡିଓ) ଓ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ସହ ସେ କାମ କରିଛନ୍ତି । ଦେଶରେ ସେ ‘ମିଶାଇଲ ମ୍ୟାନ’ ଭାବେ ପରିଚିତ ।
ଭାରତକୁ ବିଶ୍ୱ ଶକ୍ତି କରିବାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ପରୀକ୍ଷଣ ମଧ୍ୟରୁ ଗୋଟିଏ ପୋଖରାନ-୨ରେ ଡ. ଏପିଜେ ଅବଦୁଲ କଲାମର ରହିଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା । ଏହାସହ ଦେଶର ପ୍ରତିରକ୍ଷା କ୍ଷେତ୍ରକୁ ଆଗକୁ ନେବାକୁ ଭାରତୀୟ ବାଲେଷ୍ଟିକ ମିଶାଇଲ ଓ ପ୍ରକ୍ଷେପଣ ବାହନ ଟେକ୍ନୋଲୋଜିର ବିକାଶ କରିଥିଲେ । ତାଙ୍କ ଲିଖିତ ପୁସ୍ତକ ‘ୱିଙ୍ଗସ ଅଫ ପାୟାର’ ଆଜିବି ଯୁବବର୍ଗଙ୍କ ସ୍ୱପ୍ନକୁ ଉଡାଇବା ଶିଖାଉଛି ।
ଡା. ଏପିଜେ ଅବଦୁଲ କଲାମଙ୍କ ଜନ୍ମ ୧୫ ଅକ୍ଟୋବର ୧୯୩୧ରେ ରାମେଶ୍ୱରମରେ ହୋଇଥିଲା । ମାତ ୮୩ ବର୍ଷ ବୟସରେ ଆଇଆଇଏମ ଶିଲଂରେ ଲେକ୍‌ଚର ଦେବା ସମୟରେ ହୃଦଘାତ ହେବାରୁ ୨୭ ଜୁଲାଇ ୨୦୧୫ରେ ତାଙ୍କର ପରଲୋକ ହୋଇଥିଲା । ତାଙ୍କର ପୁରା ନାଁ ଥିଲା ଡାକ୍ତର ଅବୁଲ ପାକିର ଜେନୁଲ୍ଲାଦ୍ଦିନ ଅବଦୁଲ କଲାମ । ତାଙ୍କର ପ୍ରେରଣାଦାୟୀ କୋଟସ୍ ଏବେବି ଦେଶବାସୀଙ୍କୁ ପ୍ରେରଣା ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri