ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ପ୍ରଥମେ ବୁଧବାର ଟୁଇଟ୍‌ କରି ତାଙ୍କୁ କାହିଁକି ଡକାଗଲା ନାହିଁ, କ’ଣ ଭୁଲ୍‌ ରହିଲା ବୋଲି ପଚାରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଗୁରୁବାର ଉକ୍ତ ଘଟଣାରେ ଅପରାଜିତା ପୁଣିଥରେ ଟୁଇଟ୍‌ କରି ରାଜଧାନୀବାସୀ ସରକାରଙ୍କ ଜବାବକୁ ଅପେକ୍ଷା କରିଛନ୍ତି। ଯଦି ଏହି ଘଟଣାର ତଦନ୍ତ ନ ହୁଏ ତେବେ ସପ୍ତାହେ ପରେ ପୁଣିଥରେ ମନେପକାଇବେ ବୋଲି ମଧ୍ୟ ସେ ଉଲ୍ଲେଖ କରିଛନ୍ତି। ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଟୁଇଟ୍‌ କରି ନିଜ ମନର ବ୍ୟଥା ବିଷୟରେ ଜଣାଇବା ପରେ ଏମ୍‌ପି ପୁଣି ଗୁରୁବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ଚିଠିକୁ ଟ୍ୟାଗ୍‌କରି ତୁରନ୍ତ ଏହି ଘଟଣାର ତଦନ୍ତ କରାଯିବ ବୋଲି ଆଶା ରଖିଥିବା ଉଲ୍ଲେଖ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ଚିଠିରେ ଉଲ୍ଲେଖ କରିଥିଲେ ଯେ, ଭୁବନେଶ୍ୱରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବାରୁ ରାଜଧାନୀ ପ୍ରତିଷ୍ଠା ଦିବସକୁ ନିମନ୍ତ୍ରିତ ହେବା ତାଙ୍କର ଅଧିକାର। ତାଙ୍କୁ କାହିଁକି ଏଥିରୁ ବାଦ୍‌ ଦିଆଗଲା, ତା’ର ବିଧିବଦ୍ଧ ତଦନ୍ତ ଆବଶ୍ୟକ। ଏମ୍‌ପିଙ୍କୁ ଡକା ନ ଯିବା ପଛରେ କେଉଁ ବ୍ୟକ୍ତି ଉତ୍ତରଦାୟୀ। ତଦନ୍ତ କରି ତାଙ୍କୁ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀଙ୍କଠାରୁ ଚିଠିର ପ୍ରତ୍ୟୁତ୍ତର ମଧ୍ୟ ଆଶା କରିଛନ୍ତି। କାରଣ ତାଙ୍କୁ ଭୋଟ ଦେଇଥିବା ରାଜଧାନୀବାସୀ ଏହାର କାରଣ ଜାଣିବାକୁ ଚାହୁଁଛନ୍ତି ବୋଲି ଅପରାଜିତା ତାଙ୍କ ଚିଠିରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri