ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ପ୍ରଥମେ ବୁଧବାର ଟୁଇଟ୍‌ କରି ତାଙ୍କୁ କାହିଁକି ଡକାଗଲା ନାହିଁ, କ’ଣ ଭୁଲ୍‌ ରହିଲା ବୋଲି ପଚାରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଗୁରୁବାର ଉକ୍ତ ଘଟଣାରେ ଅପରାଜିତା ପୁଣିଥରେ ଟୁଇଟ୍‌ କରି ରାଜଧାନୀବାସୀ ସରକାରଙ୍କ ଜବାବକୁ ଅପେକ୍ଷା କରିଛନ୍ତି। ଯଦି ଏହି ଘଟଣାର ତଦନ୍ତ ନ ହୁଏ ତେବେ ସପ୍ତାହେ ପରେ ପୁଣିଥରେ ମନେପକାଇବେ ବୋଲି ମଧ୍ୟ ସେ ଉଲ୍ଲେଖ କରିଛନ୍ତି। ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଟୁଇଟ୍‌ କରି ନିଜ ମନର ବ୍ୟଥା ବିଷୟରେ ଜଣାଇବା ପରେ ଏମ୍‌ପି ପୁଣି ଗୁରୁବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ଚିଠିକୁ ଟ୍ୟାଗ୍‌କରି ତୁରନ୍ତ ଏହି ଘଟଣାର ତଦନ୍ତ କରାଯିବ ବୋଲି ଆଶା ରଖିଥିବା ଉଲ୍ଲେଖ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ଚିଠିରେ ଉଲ୍ଲେଖ କରିଥିଲେ ଯେ, ଭୁବନେଶ୍ୱରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବାରୁ ରାଜଧାନୀ ପ୍ରତିଷ୍ଠା ଦିବସକୁ ନିମନ୍ତ୍ରିତ ହେବା ତାଙ୍କର ଅଧିକାର। ତାଙ୍କୁ କାହିଁକି ଏଥିରୁ ବାଦ୍‌ ଦିଆଗଲା, ତା’ର ବିଧିବଦ୍ଧ ତଦନ୍ତ ଆବଶ୍ୟକ। ଏମ୍‌ପିଙ୍କୁ ଡକା ନ ଯିବା ପଛରେ କେଉଁ ବ୍ୟକ୍ତି ଉତ୍ତରଦାୟୀ। ତଦନ୍ତ କରି ତାଙ୍କୁ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀଙ୍କଠାରୁ ଚିଠିର ପ୍ରତ୍ୟୁତ୍ତର ମଧ୍ୟ ଆଶା କରିଛନ୍ତି। କାରଣ ତାଙ୍କୁ ଭୋଟ ଦେଇଥିବା ରାଜଧାନୀବାସୀ ଏହାର କାରଣ ଜାଣିବାକୁ ଚାହୁଁଛନ୍ତି ବୋଲି ଅପରାଜିତା ତାଙ୍କ ଚିଠିରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri