ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ରଙ୍କ ଉପସ୍ଥିତରେ ଉକ୍ତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଇଥିଲା। ଜିଲା ମତ୍ସ୍ୟ ଅଧିକାରୀ ଭରତ ସାହୁ, ବ୍ଲକ ଅତିରିକ୍ତ ମତ୍ସ୍ୟ ଅଧିକାରୀ ସ୍ବାଇଁ, ଗଞ୍ଜାମ ଥାନା ଅତିରିକ୍ତ ଆଇଆଇସି ଶୁଭଲକ୍ଷ୍ମୀ କଂହର, ଏଏସଆଇ ପ୍ରଦୀପ୍ତ କୁମାର ସାହୁ, ଆରଆଇ ସୀତାରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ବେଆଇନ ଭାବେ ଚିଙ୍ଗୁଡ଼ି ଘେରିରେ ବ୍ୟବହାର ବାଉଁଶ ଓ ଜାଲ ଜବତ କରାଯାଇ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରାଯାଇଛି । କିଛି ଦିନ ହେବ ଋଷିକୂଲ୍ୟା ନଦୀରେ କିଛି ମତ୍ସ୍ୟଜୀବୀ ସମ୍ପ୍ରଦାୟର ଲୋକ ବେଆଇନ ଚିଙ୍ଗୁଡ଼ି ଘେରି ନିର୍ମାଣ କରିବା ଫଳରେ ନଦୀର ଜଳ ସ୍ରୋତ ଧିମା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି ତହସିଲ, ମତ୍ସ୍ୟ ବିଭାଗ ଓ ପୋଲିସ ଉପସ୍ଥିତରେ ତାହା ଉଚ୍ଛେଦ କରାଯାଇଛି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri