Posted inଜାତୀୟ

୩ ଘଣ୍ଟାରେ ଫେକ୍‌ କଣ୍ଟେଣ୍ଟ ହଟାଅ:ରାଜନୈତିକ ଦଳଙ୍କୁ ଇସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ପ୍ରଯୁକ୍ତିର ଦୁରୁପଯୋଗ କରାଯାଇ ଡିପ୍‌ ଫେକ୍‌ ପ୍ରସ୍ତୁତ କରାଯିବା ଏବଂ ତଥ୍ୟକୁ ବିକୃତ କରାଯାଉଥିବାରୁ ନିର୍ବାଚନ କମିଶନ(ଇସି) ସୋମବାର ରାଜନୈତିକ ଦଳଗୁଡ଼ିକୁ ତାଗିଦ କରିଛନ୍ତି। ୩ ଘଣ୍ଟା ମଧ୍ୟରେ ଏଭଳି ଫେକ୍‌ କଣ୍ଟେଣ୍ଟଗୁଡ଼ିକୁ ସୋସିଆଲ ମିଡିଆ ଆକାଉଣ୍ଟରୁ ହଟାଇବା ପାଇଁ ଇସି ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନୀ ସଚ୍ଚୋଟତା ବଜାୟ ରଖିବା ଏବଂ ଭୁଲ୍‌ ସୂଚନା ତଥା ମର୍ଯ୍ୟାଦା ହାନିକାରକ ବିଷୟ ପ୍ରସାରଣରୁ ଦୂରେଇ ରହିବାକୁ ଇସି ନିର୍ଦ୍ଦେଶ ଦେଇଛନ୍ତି। ଆଦର୍ଶ ଆଚରଣ ବିଧି (ଏମ୍‌ସିସି)ର ଉଲ୍ଲଂଘନ ଏବଂ ଆଇନଗତ ବ୍ୟବସ୍ଥାକୁ ଧ୍ୟାନରେ ରଖିବା ପାଇଁ ନିର୍ଦ୍ଦେଶନାମାରେ କୁହାଯାଇଛି। ସମସ୍ତଙ୍କ ପାଇଁ ସମାନ ସୁବିଧା ସୁନିଶ୍ଚିତ କରିବାକୁ ହେଲେ ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପ୍ରଚାରରେ ସୋସିଆଲ ମିଡିଆର ଦାୟିତ୍ୱବାନ ଏବଂ ନୈତିକ ଉପଯୋଗ କରିବାକୁ ହେବ। ମିଥ୍ୟା ସୂଚନାର ପ୍ରଚାର ପାଇଁ ଏଆଇ ଆଧାରିତ ଉପକରଣର ଅପବ୍ୟବହାର ନ କରିବାକୁ ଇସି ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?