ଶିକ୍ଷକଙ୍କୁ ପିତୃଶ୍ରାଦ୍ଧ ମନା: ଛୁଟିଲିଷ୍ଟରୁ ମହାଳୟା ବାଦ୍‌

ପୁରୁଷୋତ୍ତମପୁର,୧୦।୧୦(ସୀମାଞ୍ଚଳ ମିଶ୍ର ): ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି; ଯାହା କି ଓଡ଼ିଆ ପଞ୍ଜିକାର ଆଶ୍ୱିନ ମାସର ମହାଳୟା ତିଥିରେ ପିତୃପୁରୁଷଙ୍କୁ ପିଣ୍ଡଦାନ ସହ ଶ୍ରାଦ୍ଧ ଦେବା ଲାଗି କେଉଁ ଆବାହନ କାଳରୁ ଏହି ପରମ୍ପରା ରହି ଆସିଛି। ଏହି ପ୍ରକାରେ ଆସନ୍ତା ୧୪ ତାରିଖରେ ମହାଳୟା ରହିଛି। ଏହି ଦିନ ସପ୍ତାହର ଦ୍ୱିତୀୟ ଶନିବାର ହେତୁ ସମସ୍ତ ସରକାରୀ କାର୍ଯାଳୟ ଛୁଟି ରହିଥିବା ବେଳେ ଛୁଟି ରହୁ ନ ଥିବା ଅନ୍ୟ କିଛି ବିଭାଗ କର୍ମଚାରୀମାନଙ୍କୁ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଲାଗି ମହାଳୟାରେ ଛୁଟି ଘୋଷଣା କରିଛନ୍ତି।

ପୂର୍ବ ବର୍ଷମାନଙ୍କରେ ଗଣଶିକ୍ଷା ବିଭାଗରେ ମହାଳୟା ଛୁଟି ରହୁଥିଲା। ମାତ୍ର ଚଳିତ ବର୍ଷ ଗଣଶିକ୍ଷା ବିଭାଗ ମହାଳୟାରେ ଶିକ୍ଷକମାନଙ୍କୁ ଶ୍ରାଦ୍ଧ ଦେବାରୁ ବଞ୍ଚିତ କରାଇ ଛୁଟି ଦେଇ ନାହାନ୍ତି। ଗଣଶିକ୍ଷା ବିଭାଗର ଡାଇରେକ୍ଟ ଅଫ ଏଲିମେଣ୍ଟାରି ଏଜୁକେସନ ପକ୍ଷରୁ ଗତ ୨୩।୧୨।୨୦୨୨ରେ ଅଡର୍‌ ନଂ.୨୪୩୬୪ରେ ଡାଇରେକ୍ଟ ଅଫ ସେକେଣ୍ଡାରି ଏଜୁକେସନ ପକ୍ଷରୁ ଗତ ୨୨।୧୨।୨୦୨୨ରେ ଅଡର୍‌ ନଂ.୩୧୭୭୧ ଓ ଆଦର୍ଶ ବିଦ୍ୟାଳୟ ସଂଗଠନ ପକ୍ଷରୁ ୨୯।୧୨।୨୦୨୨ରେ ଚିଠି ନଂ.୮୫୬୪ରେ ପ୍ରକାଶିତ ୨୦୨୩ ଛୁଟିଲିଷ୍ଟରେ ମହାଳୟାକୁ ବାଦ୍‌ ଦିଆଯାଇଛି। ଏହାକୁ ନେଇ ଶିକ୍ଷକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। କେତେକ ଶିକ୍ଷକ ଏହି ଛୁଟିତାଲିକା ପ୍ରସ୍ତୁତ କରିଥିବା ବଡବଡିଆ ବାବୁ ଏବଂ ସରକାରଙ୍କୁ ସମାଲୋଚନା କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?