Posted inଜାତୀୟ

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଏସବୁ ସ୍ଥାନରୁ ବୁଲା କୁକୁର ହଟାଅ

ନୂଆଦିଲ୍ଲୀ,୭ା୧୧: ଦେଶରେ ବୁଲା କୁକୁରଙ୍କ ଉପଦ୍ରବ ବଢ଼ୁଥିବା ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ, ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ କ୍ରୀଡ଼ା କେନ୍ଦ୍ର ପରିସରରୁ ବୁଲା କୁକୁରଙ୍କୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ସନ୍ଦୀପ ମେହେଟା ଏବଂ ଜଷ୍ଟିସ ଏନଭି ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି ଯେ, କୁକୁରଙ୍କୁ ଧରିବା ପରେ ଉଚିତ ଟିକାକରଣ ଓ ବନ୍ଧ୍ୟାକରଣ କରାଯାଇ Animal Birth Control Rules ଅନୁସାରେ ସେମାନଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉ।

ଅଦାଲତ କହିଛନ୍ତି, କୁକୁରମାନଙ୍କୁ ଯେଉଁ ସ୍ଥାନରୁ ଧରାଯିବ, ସେଠାକୁ ପୁଣି ଛଡ଼ାଯିବ ନାହିଁ। କାରଣ ଏପରି କରିବା ଦ୍ୱାରା ଏହି ଅଞ୍ଚଳଗୁଡ଼ିକୁ କୁକୁରମୁକ୍ତ କରିବାର ଉଦ୍ଦେଶ୍ୟ ବିଫଳ ହେବ।

ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଜିଲ୍ଲା ମାଜିଷ୍ଟ୍ରେଟ୍‌ (DM)ମାନଙ୍କୁ ସ୍କୁଲ, କଲେଜ, ହସ୍ପିଟାଲ ଓ ସରକାରୀ ପ୍ରତିଷ୍ଠାନଗୁଡ଼ିକୁ ଉପଯୁକ୍ତ ଭାବେ ବାଡ଼ ଦେଇ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି, ଯାହାଫଳରେ ବୁଲା କୁକୁର ପ୍ରବେଶ କରିପାରିବେ ନାହିଁ।

ଏହି ପରିସରଗୁଡ଼ିକରେ ବୁଲା କୁକୁରଙ୍କ ଉପସ୍ଥିତି ଯାଞ୍ଚ କରିବା ପାଇଁ ନିୟମିତ ନିରୀକ୍ଷଣ କରାଯିବ।

ଶିଶୁମାନଙ୍କୁ ବୁଲା କୁକୁର କାମୁଡ଼ିବା ଏବଂ ରାବିସ୍‌ ବୃଦ୍ଧି ପାଇବା ଭଳି ଘଟଣାକୁ ନେଇ ଗଣମାଧ୍ୟମରେ ପ୍ରକାଶିତ ଖବର ଆଧାରରେ ଗତ ଜୁଲାଇ ୨୮ ତାରିଖରୁ ଆରମ୍ଭ ହୋଇଥିବା ‘ସୁଓ ମୋଟୋ’ (Suo Motu) ମାମଲାର ଶୁଣାଣି ସମୟରେ ଏହି ନିର୍ଦ୍ଦେଶ ଦିଆଯାଇଛି।

ସୁପ୍ରିମକୋର୍ଟ ବୁଲା କୁକୁର ପ୍ରସଙ୍ଗ ସହିତ ରାଜସ୍ଥାନ ହାଇକୋର୍ଟଙ୍କ ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶକୁ ଦୋହରାଇ ରାସ୍ତା ଓ ରାଜପଥରୁ ବୁଲା ଗୋରୁଗାଈ ତଥା ଅନ୍ୟାନ୍ୟ ପ୍ରାଣୀଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୁପ୍ରିମକୋର୍ଟ ପୌର କର୍ତ୍ତୃପକ୍ଷ ଓ ଜାତୀୟ ରାଜପଥ ପ୍ରାଧିକରଣ (NHAI)କୁ ତୁରନ୍ତ ସମସ୍ତ ଗୋରୁଙ୍କୁ ରାଜପଥରୁ ହଟାଇବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବୁଲା ପଶୁମାନଙ୍କୁ ରଖିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଗୋଶାଳା ଏବଂ ଆଶ୍ରୟସ୍ଥଳ ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?