Posted inରାଜ୍ୟ

ରାସ୍ତାରୁ ବୁଲା କୁକୁର ହଟାଅ: ମନ୍ତ୍ରୀ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ହାଇଦ୍ରାବାଦରେ ୪ ବର୍ଷର ଶିଶୁପୁତ୍ରକୁ ବୁଲା କୁକୁର ଝୁଣି ମାରିଦେବା ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା ସରକାର ତତ୍ପରତା ଦେଖାଇଛନ୍ତି। ରାଜ୍ୟରେ ରାସ୍ତା କଡ଼ରୁ ବୁଲା କୁକୁର ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଏ ନେଇ ବୁଧବାର ମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ହାଇଦ୍ରାବାଦରେ ଏହି ଭୟାନକ ଘଟଣା ଦେଖି ମୁଁ ଓଡ଼ିଶାର ସମସ୍ତ ୩୦ ଜିଲାର ଚିଫ୍‌ ଡିଷ୍ଟ୍ରିକ୍ଟ ଭେଟେରିନାରି ଅଫିସର(ସିଡିଭିଓ)ଙ୍କୁ କଡ଼ା ସତର୍କ ରହିବା ସହ ରାସ୍ତାରୁ ବୁଲା କୁକୁରଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି। ଏହା ଉପରେ ତୁରନ୍ତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସିଡିଭିଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ବିଗତ ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବୁଲା କୁକୁର କାମୁଡ଼ାରେ ଅନେକ ଶିଶୁଙ୍କ ଜୀବନ ଯାଇଛି। ଏବେ ହାଇଦ୍ରାବାଦ ଘଟଣା ପରେ ମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ କେତେ କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଆଲୋଚନା ଚାଲିଛି।

ସୂଚନାଯୋଗ୍ୟ, ହାଇଦ୍ରାବାଦରେ ରବିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରକୁ ବୁଲା କୁକୁର ଝୁଣି ମାରିଦେଇଥିଲେ। ମୃତ ଶିଶୁ ନିଜାମବାଦର ଗଙ୍ଗାଧରଙ୍କ ପୁଅ ପ୍ରଦୀପ। ଘଟଣା ଦିନ ଗଙ୍ଗାଧର ତାଙ୍କର ଦୁଇ ପୁଅଙ୍କୁ ନିଜ କାର୍ଯ୍ୟସ୍ଥଳକୁ ଆଣିଥିଲେ। ସେ ସେମାନଙ୍କୁ ବାହାରେ ଖେଳିବାକୁ ଛାଡ଼ିଦେଇ ଓ୍ବାର୍କଶପ୍‌ରେ କାର୍ଯ୍ୟରତ ଥିଲେ। କିଛି ସମୟ ପରେ ପୁଅର କାନ୍ଦ ଶୁଣି ସେ ବାହାରକୁ ଯାଇ ଦେଖିଲେ ଯେ, ୩ଟି କୁକୁର ପ୍ରଦୀପକୁ ଝୁଣି ପକାଉଛନ୍ତି। ସେ କୁକୁରଙ୍କୁ ଘଉଡ଼ାଇ ପୁଅକୁ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ତେବେ ସେଠାରେ ଡାକ୍ତରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ତା’ର ମୃତ୍ୟୁ ଘଟିଥିଲା। ସିସିଟିଭି କ୍ୟାମେରାରେ କଏଦ ହୋଇଥିବା କୁକୁର ଆକ୍ରମଣ ବେଳର ଭିଡିଓ ଭାଇରାଲ ହୋଇଥିଲା। ପିଲାଟି ପାଖରେ ଏକ ଖାଦ୍ୟ ସାମଗ୍ରୀ ପ୍ୟାକେଟ ଥିବାରୁ କୁକୁର ଆକ୍ରମଣ କଲା ବୋଲି ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ ଅଧିକାରୀ କହିଛନ୍ତି। ତେବେ ଭବିଷ୍ୟତରେ ଯେପରି ଏଭଳି ଦୁଃଖଦ ଘଟଣା ନ ଘଟେ, ତାହା ସୁନିଶ୍ଚିତ କରିବାକୁ ପଦକ୍ଷେପ ନିଆଯିବ ବୋଲି ପୌର ପ୍ରଶାସନ ଓ ସହରାଞ୍ଚଳ ବିକାଶ ମନ୍ତ୍ରୀ କେ.ଟି. ରାମାରାଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri