ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲା ଭାଜପା: ବନ୍ୟା କ୍ଷୟକ୍ଷତି ତାଲିକାରୁ ସଦର ବ୍ଲକ ବାଦ୍‌

ବାଲେଶ୍ୱର ଅଫିସ, ୭।୯: ବନ୍ୟା କ୍ଷୟକ୍ଷତି ତାଲିକାରୁ ବାଲେଶ୍ୱର ଜିଲା ସଦର ବ୍ଲକ ବାଦ୍‌ ପଡିଛି। ଜିଲା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ଜିଲା ସ୍କୁଲ ନିକଟସ୍ଥ ସଦର ଭାଜପା କାର୍ଯ୍ୟାଳୟରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରାଯାଇଛି। ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ମାନସ କୁମାର ଦତ୍ତ ବନ୍ୟା ପରିଚାଳନାରେ ଅବ୍ୟବସ୍ଥା ତଥା ବୁଢାବଳଙ୍ଗ, ଜଳକା ନଦୀରେ ବନ୍ୟା କାରଣରୁ ସଦର ବ୍ଲକ ଅଞ୍ଚଳର ବହୁ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ହଜାର ହଜାର ଏକର ଚାଷଜମି ନଷ୍ଟ ହେବା ସହ ମାଛ ଚାଷ, ଘରଦ୍ୱାର, ରାସ୍ତାଘାଟ ନଷ୍ଟ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଏହି ବ୍ଲକରେ କ୍ଷୟକ୍ଷତି ଆକଳନ ନ କରି ବାଦ୍‌ ଦିଆଯାଇଥିବାରୁ ଅସନ୍ତୋଷ ଦେଖାଦେଇଛି।
ଗତ ଅଗଷ୍ଟ ଶେଷ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଉପକୂଳ ଉତ୍ତରଓଡ଼ିଶାରେ ୪/୫ ଦିନ ଧରି ପ୍ରବଳ ବର୍ଷା ହେବା ଫଳରେ ବୁଢ଼ାବଳଙ୍ଗ, ସୋନ, ଗଙ୍ଗାହାର, ଜଳକା ତଥା ସୁବର୍ଣ୍ଣରେଖା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ଫଳରେ ଧାନ ଚାଷ କ୍ଷତି ହୋଇଥିଲା। ବାଲେଶ୍ୱର ଜିଲା ସଦର ବ୍ଲକର ଶ୍ରୀରାମପୁର, ରସଲପୁର, କୁରାଢ଼ିହା, କସିପଦା, ଆଙ୍କୋ, ହଳଦୀପଦା, ସାର୍ଥା, ପଞ୍ଚୁପଡ଼ା, ନଗ୍ରମ, ଓଲନ୍ଦା ସାରଗଁା, ବୁଅଁାଳ, ଓଡ଼ଙ୍ଗୀ, ସିନ୍ଧିଆ, ବଇଞ୍ଚା, ଛାନୁଆ ଆଦି ପଞ୍ଚାୟତରେ ଜଳକା ଓ ବୁଢାବଳଙ୍ଗ ନଦୀରେ ବନ୍ୟା ଯୋଗୁ ଚାଷ ଜମିରେ ୭ରୁ ୮ ଦିନ ଧରି ପାଣି ବୁଡ଼ି ରହିଥିଲା। ଫଳରେ ହଜାର ହଜାର ହେକ୍ଟର ଜମିରେ ଚାଷ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲା। କୃଷି ବିଭାଗ ଓ ରାଜସ୍ବ ବିଭାଗର ମିଳିତ ତଦନ୍ତ ରିପୋର୍ଟ ହସ୍ତଗତ ହେଲା ପରେ ଓଡ଼ିଶା ସରକାର ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକରେ ପାଖାପାଖି ୮ ହଜାର ହେକ୍ଟର ଜମିରେ ଚାଷ ନଷ୍ଟ ହୋଇଥିବାର ଘୋଷଣା କରିଥିବା ବେଳେ ସଦର ବ୍ଲକକୁ ଏଥିରେ ସାମିଲ ନ କରିବା କ୍ଷତିଗ୍ରସ୍ତ ଚାଷୀକୁଳକୁ ନିରାଶ କରିଛି। ଖବରଦାତା ସମ୍ମିଳନୀରେ ବରିଷ୍ଠ ନେତା ରବିନାରାୟଣ ମହାପାତ୍ର ଓ ଗୌରାଙ୍ଗ ଦାସ, ପୂର୍ବତନ ଜିଲା ଉପସଭାପତି ଗଙ୍ଗାଧର ରାଉତ, ଜିଲା ପରିଷଦ ସଭ୍ୟ ଗୟାଧର ବେହେରା, ପୂର୍ବତନ ନଗର ସଭାପତି ସୀତାକାନ୍ତ ସ୍ବାଇଁ, ସରପଞ୍ଚ ରବିନାରାୟଣ ପ୍ରଧାନ, ମଣ୍ଡଳ ସଭାପତି ବିଜୟ ଦାସ, ମଣ୍ଡଳ ପ୍ରଭାରୀ ଲୋକନାଥ ଭୂୟଁା ଓ ମଣ୍ଡଳ ସାଧାରଣ ସମ୍ପାଦକ ଅନନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?