୭ ଦିନରେ ଜବରଦଖଲ ହଟାଅ

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ମଙ୍ଗଳବାର ସଂସଦୀୟ ମଣ୍ଡଳୀ କମିଟିର ସଡ଼କ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରି କହିଲେ, ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଟ୍ରାଫିକ୍‌ ସମସ୍ୟା ଦୂର କରିବା ପାଇଁ ସହରର ପ୍ରମୁଖ ସ୍ଥାନରୁ ଜବରଦଖଲ ହରାଇବା ଜରୁରୀ। ୭ଦିନ ମଧ୍ୟରେ ଏହି କାର୍ଯ୍ୟ କରିବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ସହର ବିକାଶରେ ବାଧକ ସାଜୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଳାଗି ସେ ପରାମର୍ଶ ଦେଇଛନ୍ତି। ସେହିପରି ଶିକ୍ଷାନୁଷ୍ଠାନଗୁଡ଼ିକ ନିକଟରୁ ବ୍ୟବସାୟିକ ପ୍ରତିଷ୍ଠାନ ହଟାଇବା, ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥର ବିପଦସଙ୍କୁଳ ସ୍ଥାନ ଓ ସଂଯୋଗୀକରଣ ରାସ୍ତାରେ ସତର୍କ ସୂଚନା ଫଳକ ଲଗାଇବା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଏମ୍‌ପି ବିଭାଗୀୟ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ବିକାଶ ତଥା ଧନଜୀବନ ସୁରକ୍ଷା ଲାଗି ଅଧିକାରୀମାନେ ଯତ୍ନବାନ ହେବା ଏବଂ ଏଥିରେ ଜନସାଧାରଣ ପୂର୍ଣ୍ଣ ସହଯୋଗ କରିବାକୁ ଏମ୍‌ପି ନିବେଦନ କରିଛନ୍ତି।
ଜିଲାରେ ୬୦ଟି ଦୁର୍ଘଟଣାପ୍ରବଣ ସ୍ଥାନ ଚିହ୍ନଟ କରାଯାଇଛି। ସେଠାରେ ଦୁର୍ଘଟଣା ରୋକିବା ଲାଗି ସ୍ଥାନୀୟ ଯୁବକଙ୍କୁ ପୋଲିସ ସହଯୋଗୀ ଭାବେ ନିୟୋଜିତ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ସହରରେ ଡିଜିଟାଲ ଟ୍ରାଫିକ୍‌ ବ୍ୟବସ୍ଥା, ସିସିଟିଭି କ୍ୟାମେରା ବ୍ୟବସ୍ଥା, ନିୟମିତ ଗାଡ଼ି ଯାଞ୍ଚ, ଶବ୍ଦ ପ୍ରଦୂଷଣକୁ ହ୍ରାସ, ସୌନ୍ଦର୍ଯ୍ୟକରଣକୁ ଗୁରୁତ୍ୱ, ରାସ୍ତାକାମ ଶୀଘ୍ର ସାରିବା ଆଦି ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ ମିଶ୍ର, ମୋଟରଯାନ ନିରୀକ୍ଷକ ଦେବାଶିଷ ସ୍ବାଇଁ, ଜାତୀୟ ରାଜପଥ ପ୍ରାଧିକରଣ ଅଧିକାରୀ, ବସ୍‌ ଓ ଟ୍ରକ୍‌ ମାଲିକ ସଂଘ ସଦସ୍ୟ, ବଜରଙ୍ଗ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri