୭ ଦିନରେ ଜବରଦଖଲ ହଟାଅ

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ମଙ୍ଗଳବାର ସଂସଦୀୟ ମଣ୍ଡଳୀ କମିଟିର ସଡ଼କ ସୁରକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରି କହିଲେ, ସାମୂହିକ ସ୍ବାର୍ଥ ଦୃଷ୍ଟିରୁ ଟ୍ରାଫିକ୍‌ ସମସ୍ୟା ଦୂର କରିବା ପାଇଁ ସହରର ପ୍ରମୁଖ ସ୍ଥାନରୁ ଜବରଦଖଲ ହରାଇବା ଜରୁରୀ। ୭ଦିନ ମଧ୍ୟରେ ଏହି କାର୍ଯ୍ୟ କରିବା ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ସହର ବିକାଶରେ ବାଧକ ସାଜୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଳାଗି ସେ ପରାମର୍ଶ ଦେଇଛନ୍ତି। ସେହିପରି ଶିକ୍ଷାନୁଷ୍ଠାନଗୁଡ଼ିକ ନିକଟରୁ ବ୍ୟବସାୟିକ ପ୍ରତିଷ୍ଠାନ ହଟାଇବା, ନିର୍ମାଣାଧୀନ ୫୫ନଂ. ଜାତୀୟ ରାଜପଥର ବିପଦସଙ୍କୁଳ ସ୍ଥାନ ଓ ସଂଯୋଗୀକରଣ ରାସ୍ତାରେ ସତର୍କ ସୂଚନା ଫଳକ ଲଗାଇବା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଏମ୍‌ପି ବିଭାଗୀୟ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ବିକାଶ ତଥା ଧନଜୀବନ ସୁରକ୍ଷା ଲାଗି ଅଧିକାରୀମାନେ ଯତ୍ନବାନ ହେବା ଏବଂ ଏଥିରେ ଜନସାଧାରଣ ପୂର୍ଣ୍ଣ ସହଯୋଗ କରିବାକୁ ଏମ୍‌ପି ନିବେଦନ କରିଛନ୍ତି।
ଜିଲାରେ ୬୦ଟି ଦୁର୍ଘଟଣାପ୍ରବଣ ସ୍ଥାନ ଚିହ୍ନଟ କରାଯାଇଛି। ସେଠାରେ ଦୁର୍ଘଟଣା ରୋକିବା ଲାଗି ସ୍ଥାନୀୟ ଯୁବକଙ୍କୁ ପୋଲିସ ସହଯୋଗୀ ଭାବେ ନିୟୋଜିତ କରାଯିବ ବୋଲି ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ସହରରେ ଡିଜିଟାଲ ଟ୍ରାଫିକ୍‌ ବ୍ୟବସ୍ଥା, ସିସିଟିଭି କ୍ୟାମେରା ବ୍ୟବସ୍ଥା, ନିୟମିତ ଗାଡ଼ି ଯାଞ୍ଚ, ଶବ୍ଦ ପ୍ରଦୂଷଣକୁ ହ୍ରାସ, ସୌନ୍ଦର୍ଯ୍ୟକରଣକୁ ଗୁରୁତ୍ୱ, ରାସ୍ତାକାମ ଶୀଘ୍ର ସାରିବା ଆଦି ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ସେଠୀ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ ମିଶ୍ର, ମୋଟରଯାନ ନିରୀକ୍ଷକ ଦେବାଶିଷ ସ୍ବାଇଁ, ଜାତୀୟ ରାଜପଥ ପ୍ରାଧିକରଣ ଅଧିକାରୀ, ବସ୍‌ ଓ ଟ୍ରକ୍‌ ମାଲିକ ସଂଘ ସଦସ୍ୟ, ବଜରଙ୍ଗ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri