Posted inଜାତୀୟ

ହଟିଲା ବିଜ୍ଞାପନ

ନୂଆଦିଲ୍ଲୀ,୨୬।୧୦: ବିବାଦୀୟ ‘କରଓ୍ବାଚୌଥ୍‌’ ବିଜ୍ଞାପନକୁ ନେଇ ଟ୍ରୋଲ୍‌ ହେବା ପରେ ପ୍ରାଇଭେଟ୍‌ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ତାହାକୁ ମଙ୍ଗଳବାର ହଟାଇଦେଇଛି। ଏଥିସହ ଏହି ବିଜ୍ଞାପନ ପାଇଁ କମ୍ପାନୀ ନିଃସର୍ତ୍ତ କ୍ଷମା ମାଗିଛି। ସୋସିଆଲ ମିଡିଆରୁ କମ୍ପାନୀର କ୍ୟାମ୍ପେନ୍‌କୁ ହଟାଯାଇଛି। ଲୋକଙ୍କ ଭାବାବେଗକୁ ଅନିଚ୍ଛାକୃତ ଭାବେ ଆଘାତ ପହଞ୍ଚାଇଥିବାରୁ କମ୍ପାନୀ ଏକ ବିବୃତିରେ କ୍ଷମାପ୍ରାର୍ଥନା କରିଛି। ଡାବର ଏହାର ବିଜ୍ଞାପନରେ ଦୁଇ ସମଲିଙ୍ଗୀଙ୍କୁ ପ୍ରଦର୍ଶିତ କରିଥିଲା। ଦୁଇ ଜଣ ଯୁବତୀ କିପରି ପରସ୍ପର ପାଇଁ କରଓ୍ବାଚୌଥ ପାଳୁଛନ୍ତି ତାହା ଏଥିରେ ଦେଖିବାକୁ ମିଳିଥିଲା। ଏ ନେଇ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କମ୍ପାନୀକୁ ସମାଲୋଚନା କରିଥିଲେ। ଆଗକୁ କମ୍ପାନୀ ୨ ପୁରୁଷ ହିନ୍ଦୁ ନୀତି ଅନୁଯାୟୀ ‘ଫେରା’ ନେଉଥିବା ଦୃଶ୍ୟ ମଧ୍ୟ ଦେଖାଇବ ବୋଲି ସେ କହିଥିଲେ। ଏଭଳି ବିଜ୍ଞାପନ ତୁରନ୍ତ ହଟାଇବା ପାଇଁ ଡାବରକୁ ନିର୍ଦ୍ଦେଶ ଦେବା ପାଇଁ ପୋଲିସକୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri