ନଗର ଉନ୍ନୟନ ବିଭାଗରୁ ମାଥିଭାଥାନନ, କ୍ରୀଡ଼ା ବିଭାଗରୁ ଭିନିଲକ୍ରିଷ୍ଣାଙ୍କୁ ହଟାଇଲେ

ଭୁବନେଶ୍ୱର,୧୧ା୭ (ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଫେରିଥିବା ଭାଜପା ସରକାର ଆଇଏଏସ୍‌ ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଇଏଏସ୍‌ ଅଫିସର ଜି.ମାଥିଭାଥାନନ୍‌, ବିଶାଳ ଦେବ ଓ ଆର୍‌.ଭିନିଲକ୍ରିଷ୍ଣାଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ସୁରେନ୍ଦ୍ର କୁମାର, ହେମନ୍ତ ଶର୍ମା ଓ ଉଷା ପାଢ଼ୀ ନିଜର ସ୍ଥିତି ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ନିକୁଞ୍ଜ ବିହାରୀ ଧଳଙ୍କୁ ଇଡ୍‌କୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ସଚିବ ହେମନ୍ତ ଶର୍ମା ଏବେ ଇଡ୍‌କୋ ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ୧୯୯୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ସୁରେନ୍ଦ୍ର କୁମାର ଏବେ ସାଧାରଣ ପ୍ରଶାସନ ବିଭାଗ ଓ ପର୍ଯ୍ୟଟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ସେ ୨୦୨୧ ଜୁଲାଇରୁ ଏହି ଦୁଇଟି ବିଭାଗ ଦାୟିତ୍ୱରେ ଅଛନ୍ତି। ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଜି.ମାଥିଭାଥାନନଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ ବଦଳି କରାଯାଇଛି। ମାଥିଭାଥାନନ୍‌ ପ୍ରାୟ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେ ସଂସଦୀୟ ବ୍ୟାପାର ବିଭାଗର ସଚିବ ମଧ୍ୟ ଥିଲେ। ଉନ୍ନୟନ କମିଶନର ଅନୁ ଗର୍ଗ ଏବେ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରୁଛନ୍ତି। ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କୁ ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହିତ ସେ ଇପିକଲ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶାଶ୍ୱତ ମିଶ୍ର ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏଥିସହିତ ସେ ମଧ୍ୟ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ବିଶାଳଦେବ ଶକ୍ତି ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଉଷା ପାଢ଼ୀଙ୍କୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେ ପୂର୍ବଭଳି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଶାଳ କୁମାର ଦେବଙ୍କୁ ଅର୍ଥ ଓ ଶକ୍ତି ବିଭାଗରୁ ହଟାଇ ଦିଆଯାଇଛି। ତାଙ୍କୁ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଓଡ଼ିଶା ବନ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିବେ। ୧୯୯୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଭାସ୍କରଜ୍ୟୋତି ଶର୍ମାଙ୍କୁ ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ଏବେ ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ୨୦୦୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ଆର୍‌. ଭିନିଲକ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗରୁ ହଟାଇ ଦେଇ ଓଡ଼ିଶା ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି। ଉକ୍ତ ପଦବୀକୁ ରାଜ୍ୟ ସରକାର ଓଡ଼ିଶା ଆଇଏଏସ୍‌ କ୍ୟାଡରରେ ସଚିବ ପାହ୍ୟାର ସୁବିଧା ସୁଯୋଗ ଦେବାକୁ ଘୋଷଣା କରିଛନ୍ତି। ଭିନିଲ୍‌ ଏବେ କେବଳ ଓଡ଼ିଶା ଜମି ରେକର୍ଡ ଓ ବନ୍ଦୋବସ୍ତ କମିଶନର ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?