Posted inଜାତୀୟ

ରାଜସ୍ଥାନରୁ ହଟିଲା ଏମ୍‌ଡିଏଚ୍‌, ଏଭରେଷ୍ଟ ମସଲା

ନୂଆଦିଲ୍ଲୀ,୧୫ା୬: ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ କମ୍ପାନୀ ଦ୍ୱାରା ପ୍ରସ୍ତୁତ କେତେକ ନିର୍ଦ୍ଦିଷ୍ଟ ମସଲାରେ ହାନିକାରକ ସାମଗ୍ରୀ ବ୍ୟବହାର ହେଉଥିବା ଦର୍ଶାଇ ରାଜସ୍ଥାନ ସେଗୁଡ଼ିକୁ ବଜାରରୁ ହଟାଇଦେଇଛି। ଏନେଇ ରାଜସ୍ଥାନ ସରକାର ଗୁରୁବାର କେନ୍ଦ୍ରକୁ ପତ୍ର ଲେଖି ଅବଗତ କରାଇଥିବା ଜଣାପଡ଼ିଛି। ରାଜସ୍ଥାନ ସରକାରଙ୍କ ପକ୍ଷରୁ ଏଥିରେ ଦର୍ଶାଯାଇଛି ଯେ, ଯାଞ୍ଚ ବେଳେ ଏମ୍‌ଡିଏଚ୍‌ର ଦୁଇଟି ଏବଂ ଏଭରେଷ୍ଟର ଗୋଟିଏ ମସଲା ପାଉଡରରେ ରାସାୟନିକ ପଦାର୍ଥ ଥିବା ଜଣାପଡ଼ିଛି। ଏହି ମସଲାଗୁଡ଼ିକୁ ବର୍ତ୍ତମାନ ବଜାରରୁ ହଟାଇ ଦିଆଯାଇଛି ବୋଲି ରାଜ୍ୟର ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ ଶୁଭ୍ର ସିଂ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ଏପ୍ରିଲରେ ହଂକଂ ଓ ସିଙ୍ଗାପୁର ଉପରୋକ୍ତ ଦୁଇ ବ୍ରାଣ୍ଡ୍‌ର ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କୀଟନାଶକ ମିଶାଯାଉଥିବା ଦର୍ଶାଇ ଏହାର ବିକ୍ରି ଉପରେ ରୋକ୍‌ ଲଗାଇଥିଲେ। ଏପରି କି ଆମେରିକା, ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟ ଦୁଇ ଭାରତୀୟ ମସଲାରେ ମିଶ୍ରିତ ପଦାର୍ଥର ଯାଞ୍ଚ ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri