ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ନିଲମ୍ବିତ

ଭୁବନେଶ୍ଵର, ୧୯।୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା ରେମୁଣା ତହସିଲଦାର ଶ୍ରୀ ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ୧୩/୦୨/୨୦୨୫ ରେ ଏ ସମ୍ପର୍କିତ କେସ୍ ଦାୟର୍ କରାଯାଇଥିବା ବେଳେ ସେ ଗିରଫ୍ ହୋଇ ଜେଲ୍ ଯାଇଥିଲେ ।

ଏହି ନିଲମ୍ବନ ନହିଟିବା ପର୍ଯ୍ୟନ୍ତ ପତିଙ୍କ ମୁଖ୍ୟାଳୟ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟରେ ସ୍ଥିର ହୋଇଛି । ଏହା ସହ ବିନା ଅନୁମତିରେ କୌଣସି ପ୍ରକାର ଛୁଟି ନେଇ ପାରିବେ ନାହିଁ ବୋଲି ନିଲମ୍ବନ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ।

ସୂଚନାଯୋଗ୍ୟ, ରେମୁଣା ତହସିଲଦାରଙ୍କ ବିଦ୍ୟାଧର ପତିଙ୍କ କାର୍ୟ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱରର ତିନୋଟି ସ୍ଥାନ, ବାଲେଶ୍ବର କୁରୁଡା ଏବଂ ସୋର ମଧ୍ୟ ଚଢ଼ାଉ କରି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଭିଜିଲାନ୍ସ ହାତରେ ଲାଗିଥିଲା। ବାବୁଙ୍କ ଠାରୁ ୯୧୭ ଗ୍ରାମ ସୁନା ଜବତ କରିଥିଲା ଭିଜିଲାନ୍ସ। ଏହାସହ ୧ କୋଟି ଟଙ୍କାର ପୋଷ୍ଟାଲ ଡିପୋଜିଟ ଓ ୨୦ ଲକ୍ଷ ଟଙ୍କାର ନଗଦ କାରବାର ହୋଇଥିବା ଜଣାପଡିଥିଲା।

ସେହିପରି ୨୦ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ ଏବଂ ଅନ୍ୟାନ୍ୟ ଜମା ଓ ପୁଞ୍ଜିନିବେଶ ସମ୍ପର୍କରେ ତଥ୍ୟ ସଂଗ୍ରହ କରିଥିଲା ଭିଜିଲାନ୍ସ। ତେବେ ଶୈଳଶ୍ରୀ ବିହାରରେ ଥିବା ୧ କୋଟି ଟଙ୍କାର ୩-ବିଏଚକେ ଫ୍ଲାଟ ଏବଂ ବାଲେଶ୍ବର କୁରୁଡାରେ ଫ୍ଲାଠ ଠାବ ହୋଇଥିଲା। ଭୁବନେଶ୍ବର ରୁଦ୍ରପୁରରେ ଥିବା ଦେଢ଼ କୋଟି ଟଙ୍କାର ୩-ବିଏଚକେ ଫ୍ଲାଟ, ଭେୁବନେଶ୍ବର ଓ ବାଲେଶ୍ବରରେ ଦୁଇଟି ପ୍ଲଟ ମଧ୍ୟ ଠାବ କରିଥିଲା ଭିଜିଲାନ୍ସ। ଅନ୍ୟପକ୍ଷେ ଏକ ୪ଚକିଆ ଯାନ ସହ ଦୁଇଟି ଦୁଇ ଚକିଆ ଯାନ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri