ବଜାରରେ ରେନୋର ଅଲ୍‌ ନ୍ୟୁ କାଇଗର

ଭୁବନେଶ୍ୱର,୧୦।୯(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ୍ସ କମ୍ପାନୀ ରେନଲ୍‌ଟ (ରେନୋ) ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିିତ ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ସର୍ବଭାରତୟ ଉନ୍ମୋଚନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ସୁପର ସେଲ୍ସ ରେନଲ୍‌ଟ ଭୁବନେଶ୍ୱର ନର୍ଥ (ସୁପର ସେଲ୍ସ ଅଟୋମୋବାଇଲ୍ସ ପ୍ରାଇଭେଟ ଲିମିଟେଡ)ର ପାହାଳ ଭୁବନେଶ୍ୱର ପକ୍ଷରୁ ଶନିବାର ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଭାରତୀୟ ଷ୍ଟେଟ ବ୍ୟାଙ୍କର ଆର.ଏମ., କଟକ ସୁବାସ ଚନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୁପର ସେଲ୍ସ ଅଟୋମୋବାଇଲ୍ସ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ଆଦର୍ଶ ଧାଓ୍ବନ, ଜିଏମ୍‌ ବିଭୂତି ଭୂୟାଁଙ୍କ ସମେତ ଶୋ’ରୁମ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ରେନୋର ଉକ୍ତ ମଡେଲରେ ଅନେକଗୁଡ଼ିଏ ଆଧୁନିକ ବୈଶିଷ୍ଟ୍ୟ ସାଙ୍ଗକୁ କେତେକ ଅତ୍ୟାଧୁନିକ ସୁବିଧା ଓ ଫିଚରକୁ ନୂତନ ଭାବେ ସାମିଲ କରାଇଛି। ଏପରି କି ୩ଟି ଭାରିଆଣ୍ଟ ଆର୍‌ଏକ୍ସଜେଡ୍‌ ପେଟ୍ରୋଲ ଏମ୍‌ଟି୧.୦ ଏଲ ଇସିଇବିଏସ୬.୨ଏଲଇ, ଆରଏକ୍ସଜେଡ୍‌ ପେଟ୍ରୋଲ ଏମଟି୧.୦ ଏଲ ଟ୍ୟୁବ୍ରୋ ବିଏସ୬.୨ଏଲଇ, ଆର୍‌ଏକ୍ସଜେଡ୍‌ ପେଟ୍ରୋଲ ଏକ୍ସ -ଟ୍ରୋନିକ ୧.୦ ଏଲ ଟ୍ୟୁବ୍ରୋ ବିଏସ୬.୨ଏଲଇରେ ଅଲ ନ୍ୟୁ କାଇଗର ଆକର୍ଷଣୀୟ ବ୍ଲାକ କଲରରେ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ କାଇଗର (ଅର୍ବାନ ନାଇଟ ଲିମିଟେଡ ଏଡିଶନ)ର ବଜାର ମୂଲ୍ୟ (ଏକ୍ସ ଶୋ’ରୁମ ମୂଲ୍ୟ) ଯଥାକ୍ରମେ ୮,୯୪,୯୮୯ ଟଙ୍କା, ୧୦,୧୪,୯୮୯ ଟଙ୍କା ଏବଂ ୧୧,୧୪,୮୯୮ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri